Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୧୩୦୩ କରୋନା ଆକ୍ରାନ୍ତ
  • ||
  • ମେ’ ୧୩ରେ ପିପିଲି ଉପନିର୍ବାଚନ
  • ||
  • ଆଜି ରାତି ୮ରେ ପିଏମ୍‌ ମୋଦୀଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ଉଦଳା : ଦିବ୍ୟାଙ୍ଗ ଯୁବତୀଙ୍କୁ ଘରୁ ଉଠାଇ ନେଇ ଦୁଷ୍କର୍ମ ! ଥାନାରେ ମାମଲା, ଅଭିଯୁକ୍ତ ଫେରାର
  • ||
  • ଲମତାପୁଟ : ୩ଦିନ ପରେ ଯୁବକଙ୍କ ମୃତଦେହ ଉଦ୍ଧାର, ପାତାଳୀ ନଦୀକୁ ମାଛ ଧରିବାକୁ ଯାଇ ନିଖୋଜ ଥିଲେ
  • ||
  • ଉଦଳା : ବାଇକ୍‌କୁ ପିଟିଲା ଟ୍ରାକ୍ଟର, ଅଧ୍ୟାପକଙ୍କ ମୃତ୍ୟୁ, ଟ୍ରାକ୍ଟର ନେଇ ଡ୍ରାଇଭର ଫେରାର
  • ||
  • ଭୁବନେଶ୍ବର : ଏସଟିଏଫ ପଞ୍ଝାରେ ବଜ୍ରକାପ୍ତା ଚାଲାଣକାରୀ, ୧୨ କିଲୋ ଓଜନର ଜୀବନ୍ତ ବଜ୍ରକାପ୍ତା ସହ ବ୍ୟବସାୟୀ ଗିରଫ
  • ||
  • ଯାଜପୁର ରୋଡ୍ : ରେଳ ଧାରଣାରୁ କିନ୍ନରଙ୍କ ମୃତଦେହ ଉଦ୍ଧାର, ଯୁବକଙ୍କ ସହ ଥିଲା ପ୍ରେମ ସମ୍ପର୍କ
  • ||
  • ବ୍ରହ୍ମପୁର : ଭାରସାମ୍ୟ ହରାଇ ଓଲଟିଲା ‘ଶିବଶମ୍ଭୁ’, ୧୦ ଯାତ୍ରୀ ଆହତ
  • ||
  • ନବରଙ୍ଗପୁର : ନାଇଟ୍ କର୍ଫ୍ୟୁ ବେଳେ ବୁଲାଇଲେ କଳାକନା, ରୂପା ଗହଣା ଲୁଟ୍, ସୁନା ଅଳଙ୍କାର ଚୋରି ବେଳେ ବାଜିଲା ସାଇରନ୍
  • ||

ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୧ କୋଭିଡ୍ ପଜିଟିଭ୍, ୩୩୭୬୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

5/03/2021 at 12:47 PM

ଭୁବନେଶ୍ବର ୫।୩: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୯୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୬୨୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୩ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୭୬୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୧୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୪୮୩୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୮୪୨୭୧୭୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts