Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବାଳିଆ ଦ୍ଵାର ଦେଶରେ ଥିବା ଶ୍ରୀଲଙ୍କା ପାଇଁ ଅକ୍ସିଜେନ ପାଲଟିଲା ଭାରତ, ଦେଲା ଏତେ କୋଟି ସହାୟତା
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ୧୮ ଜଣିଆ ନିର୍ବାଚନ କମିଟି, ନରସିଂହ ଅଧ୍ୟକ୍ଷ
  • ||
  • ପଞ୍ଚାୟତ ନିର୍ବାଚନ: ପ୍ରଥମ ଦିନରେ ନାମାଙ୍କନପତ୍ର ଦାଖଲ କଲେ ୮୭୭୨ ଜଣ ପ୍ରାର୍ଥୀ
  • ||
  • ପୁଣି ନିରାଶ ହେଲେ ସୁମିତ୍, ଆବେଦନ ଖାରଜ କଲେ ଏସଡିଜେଏମ କୋର୍ଟ
  • ||
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||

ବିମାନ ଦୁର୍ଘଟଣାରୁ ବର୍ତ୍ତି ଯାଇଥିବା ୯୨ ଲୋକ ସୁସ୍ଥ ହୋଇ ଫେରିଲେ ଘରକୁ, ଅତି ନିକଟରୁ ଦେଖିଥିଲେ ମୃତ୍ୟୁକୁ

13/08/2020 at 6:01 PM

ନୂଆଦିଲ୍ଲୀ ୧୩।୮: କୋଝିକୋଡରେ ବିମାନ ଦୁର୍ଘଟଣାରେ ଆହତ ୯୨ ଜଣଙ୍କୁ ସୁସ୍ଥ ହେବା ପରେ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଛି । ଏୟାର ଇଣ୍ଡିଆ ଏକ୍ସପ୍ରେସ ବୁଧବାର ଏହି ସୂଚନା ଦେଇଛି । ଦୁବାଇରୁ ଆସିଥିବା ଏୟାର ଇଣ୍ଡିଆ ଏକ୍ସପ୍ରେସ ବିମାନ ଶୁକ୍ରବାର ରାତିରେ କୋଝିକୋଡ ବିମାନବନ୍ଦରରେ ଏୟାରଷ୍ଟ୍ରିପ ସହ ଧକ୍କା ଦେହା ପରେ ୬ ଜଣ କ୍ରୁ ସଦସ୍ୟଙ୍କ ସମେତ ୧୯୦  ଜଣ ଲୋକଙ୍କ ସହ ୩୫ ଫୁଟ ଗଭୀର ଖାଇରେ ପଡିଯାଇଥିଲା । ଏହି ଦୁର୍ଘଟଣାରେ ଉଭୟ ପାଇଲଟଙ୍କ ସମେତ ୧୮ ଜଣଙ୍କର ମୃତ୍ୟୁ ଘଟିଥିଲା ।

ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହାର୍ଦ୍ଦିକ ସିଂ ପୁରୀ ଶନିବାର କହିଥିଲେ ଯେ ୧୪୯ ଜଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସେଥିମଧ୍ୟରୁ ୨୩ ଜଣଙ୍କୁ ଡିସଚାର୍ଜ କରାଯାଇଛି । ୩ ଜଣ ଆହତଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି ।

ବିମାନ କମ୍ପାନୀ କହିଛି ଯେ ଦୁର୍ଘଟଣାଗ୍ରସ୍ତ ବିମାନର ଯାତ୍ରୀମାନଙ୍କୁ କୋଝିକୋଡରେ ଥିବା ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସା କରାଯାଉଛି। ଏୟାରଲାଇନ୍ସ କହିଛି ଯେ, ଏପର୍ଯ୍ୟନ୍ତ ୯୨ ଜଣ ସୁସ୍ଥ ହେବା ପରେ ବିଭିନ୍ନ ଡାକ୍ତରଖାନାରୁ ଡିସଚାର୍ଜ ହୋଇଛନ୍ତି । ଆହୁରି ମଧ୍ୟ କୁହାଯାଇଛି ଯେ, ୧୬ ଜଣ ଯାତ୍ରୀଙ୍କ ମୃତଦେହ ସେମାନଙ୍କ ପରିବାରକୁ ହସ୍ତାନ୍ତର କରାଯାଇଛି । ଅଧିକାରୀମାନେ ଏହି ଦୁର୍ଘଟଣାର ତଦନ୍ତ କରୁଛନ୍ତି ।

   Related Posts