Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଜିବ ଓ ରଶିଦଙ୍କ ଘାତକ ବୋଲିଂ, ସ୍କଟଲାଣ୍ଡକୁ ୧୩୦ ରନରେ ହରାଇଲା ଆଫଗାନିସ୍ତାନ
  • ||
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ଥମୁନି ସଂକ୍ରମଣ, ସେପଟେ କରୋନାରୁ ସୁସ୍ଥ ହେଲେ ୯୩୨୯ ଆକ୍ରାନ୍ତ

14/05/2021 at 8:51 PM

ଭୁବନେଶ୍ଵର ୧୪।୦୫: ରାଜ୍ୟରେ କରୋନା ସଂକ୍ରମଣର ପ୍ରକୋପ ଥମିବାର ନାଁ ନେଉନାହିଁ। ଆଜି ୧୨ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ ହେବା ସରକାରଙ୍କ ଚିନ୍ତାକୁ ବଢାଇ ଦେଇଛି। ମୃତ୍ୟୁ ସଂଖ୍ୟାରେ ମଧ୍ୟ ବ୍ରେକ୍ ଲାଗୁନି। ଆଶ୍ଵସ୍ତିକର କଥା ଏହା ଯେ, ସଂକ୍ରମିତଙ୍କ ସହ ତାଳ ଦେଇ ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୯୩୨୯ କୋଭିଡ୍ ରୋଗୀ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସୁସ୍ଥ ରୋଗୀଙ୍କ ସଂଖ୍ୟା ୪, ୯୧,୬୭୪କୁ ବୃଦ୍ଧି ଘଟିଛି। ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ଵିଟ୍ ଯୋଗେ ଶୁକ୍ରବାର ଏହାର ସୂଚନା ଦେଇଛି।

ପ୍ରତିଥର ପରି ଆଜି ମଧ୍ୟ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୧୪ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ୧୧୩୬ ସୁସ୍ଥ ସହ ସୁନ୍ଦରଗଡ ଦ୍ଵିତୀୟରେ ରହିଛନ୍ତି। ସେହି ପରି କଟକ ଜିଲ୍ଲାରୁ ୭୮୦, ବରଗଡରୁ ୪୮୭, ସମ୍ବଲପୁରରୁ ୪୭୦, ନୂଆପଡାରୁ ୪୩୪, କଳାହାଣ୍ଡିରୁ ୪୧୦, ଅନୁଗୋଳରୁ ୩୮୪, ଝାରସୁଗୁଡାରୁ ୩୮୪, ପୁରୀରୁ ୩୧୯, ବଲାଙ୍ଗୀରରୁ ୩୧୪, ନବରଙ୍ଗପୁରରୁ ୩୧୨ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି।  

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟାରେ ରାଜ୍ୟରେ  ୧୨୩୯୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୮୮୬୮୭ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୯୩୮  ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୪୫୨ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ସେହିପରି ୨୨ ଜଣଙ୍କ ମୃତ୍ୟୁ ସହ କରୋନାଜନିତ ମୃତ ସଂଖ୍ୟା ୨୨୭୩କୁ ବୃଦ୍ଧି ଘଟିଛି।

   Related Posts