Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୪ କୋଭିଡ୍ ପଜିଟିଭ୍, ୩୩୭୦୧୮ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

26/02/2021 at 12:38 PM

ଭୁବନେଶ୍ବର ୨୬।୨: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ୯୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୦୧୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୬ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୮ଜଣ, ବରଗଡ଼ ଜିଲ୍ଲାରୁ ୧୦ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୪ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୭ଜଣ, ନୂଆପଡା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୭ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୭୦୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୫୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୪୪୦୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୮୨୭୭୭୧୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts