Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଦିନକରେ ସୁସ୍ଥ ହେଲେ ୩୪୮୬ କରୋନା ଆକ୍ରାନ୍ତ , ଖୋର୍ଦ୍ଧାରୁ ସର୍ବାଧିକ ୫୪୧ ଡିସଚାର୍ଜ
  • ||
  • ମିଶନ କାଶ୍ମୀର ଉପରେ ୧୪ ନେତାଙ୍କ ସହ ପିଏମ ମୋଦୀଙ୍କ ମହାବୈଠକ ଶେଷ
  • ||
  • ବରି​‌ଷ୍ଠ ଆଇପିଏସ୍‌ ସ୍ତରରେ ଅଦଳବଦଳ
  • ||
  • ଦ୍ବାଦଶ ଶ୍ରେଣୀ ପରୀକ୍ଷା: ୩୧ ଜୁଲାଇ ସୁଦ୍ଧା ରେଜଲ୍ଟ ପ୍ରକାଶ କରିବାକୁ ରାଜ୍ୟକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
  • ||
  • ରାଇରଙ୍ଗପୁର : ଅଣ୍ଡା ବଣ୍ଟନରେ ପାତର ଅନ୍ତର, ଅଭିଯୋଗ କଲେ ନାଁ କାଟିଦେବାକୁ ଅଙ୍ଗନବାଡି ଦିଦି ଦେଉଛନ୍ତି ଧମକ
  • ||
  • ସାଲେପୁର : ନଦୀ ପଠାରେ ପଡିଛି ଅଜଣା ଯୁବକଙ୍କ ମୃତଦେହ, କାରଣ ଅସ୍ପଷ୍ଟ
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା : ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୪ ଜଣଙ୍କ ଜୀବନ
  • ||
  • ଆଜି ୧୦ ଜିଲ୍ଲାରେ ଅତିପ୍ରବଳ ବର୍ଷା ସମ୍ଭାବନା, ୨୭ ଯାଏଁ ଛେଚିବ
  • ||
  • ହ୍ରାସ ପରେ ପୁଣି ବଢୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୬୫୦ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||

କରୋନାରୁ ସୁସ୍ଥ ହେଲେ ଗଞ୍ଜାମ ଜିଲ୍ଲାର ୯୫ବର୍ଷ ବୟସ୍କ ବୃଦ୍ଧ, ମୁଖ୍ୟମନ୍ତ୍ରୀ କହିଲେ ଅନ୍ୟମାନଙ୍କ ପାଇଁ ପ୍ରେରଣା

21/07/2020 at 12:03 PM

ଭୁବନେଶ୍ବର ୨୧।୭: କରୋନାକୁ ହରାଇଲେ ୯୫ ବର୍ଷ ବୟସ୍କ ବୃଦ୍ଧ । କରୋନାରୁ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି ୯୫ ବର୍ଷ ବୟସ୍କ ବୃଦ୍ଧ ଉଦୟନାଥ ବିଶୋୟୀ । ବୃଦ୍ଧ ଜଣଙ୍କ ଗଞ୍ଜାମ ଜିଲ୍ଲା ସୋରଡା ବ୍ଲକ୍ ଚାକୁଣ୍ଡା ଗାଁର ବୃଦ୍ଧ ଉଦୟନାଥ ବିଶୋୟୀ । କରୋନା ଆକ୍ରାନ୍ତ ହେବା ପରେ ଉଦୟନାଥ ଟାଟା କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଉଦୟନାଥ ଏବେ ହସ୍ପିଟାଲରୁ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି । ଉଦୟନାଥ ସୁସ୍ଥ ହେବା ପରେ ଅନ୍ୟମାନଙ୍କ ପାଇଁ ପ୍ରେରଣା ପାଲଟିଯାଇଛନ୍ତି ।

ଉଦୟନାଥଙ୍କ ସୁସ୍ଥତା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ବିଟ୍ କରିଛନ୍ତି । କରୋନାକୁ ହରାଇବା ପରେ ଉଦୟନାଥ ଅନ୍ୟମାନଙ୍କ ପାଇଁ ପ୍ରେରଣା ପାଲଟିଥିବା ମୁଖ୍ୟମନ୍ତ୍ରୀ ଟ୍ବିଟ୍ ଯୋଗେ କହିଛନ୍ତି ।

   Related Posts