କମିବା ପରେ ପୁଣି ବଢୁଛି ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ଚିହ୍ନଟ ହେଲେ ୯୫୪୧ କରୋନା ସଂକ୍ରମିତ

Published By : Prameya-News7 Bureau | May 30, 2021 IST

ଭୁବନେଶ୍ୱର ୩୦।୦୫: ରାଜ୍ୟରେ କମିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ତେବେ ଗୁରୁବାର ପଜିଟିଭ୍ ସଂଖ୍ୟା ହ୍ରାସ ପାଇଥିବା ବେଳେ ଶୁକ୍ରବାର ପୁଣି ବଢିଛି । ଗତ ୨୪ ଘଣ୍ଟା ମଧ୍ୟରେ ୯୫୪୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୫୬୬୮୪ ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୩୪୩ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୧୯୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୬୨ଜଣ, ବାଲେଶ୍ୱର ଜିଲ୍ଲାରୁ ୩୦୨ଜଣ, ବରଗଡ଼ ଜିଲ୍ଲାରୁ ୨୮୪ଜଣ, ଭଦ୍ରକ ଜିଲ୍ଲାରୁ ୪୬୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦୧ଜଣ, ବୌଦ୍ଧ ଜିଲ୍ଲାରୁ ୧୭୭ଜଣ, କଟକ ଜିଲ୍ଲାରୁ ୭୧୬ଜଣ, ଦେଓଗଡ଼ ଜିଲ୍ଲାରୁ ୬୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୧୭ଜଣ, ଗଜପତି ଜିଲ୍ଲାରୁ ୬୯ଜଣ, ଗଞ୍ଜାମ ଜିଲ୍ଲାରୁ ୧୫୦ଜଣ, ଜଗତସିଂହପୁର ଜିଲ୍ଲାରୁ ୨୯୯ଜଣ, ଯାଜପୁର ଜିଲ୍ଲାରୁ ୪୮୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୪୦ଜଣ, କଳାହାଣ୍ଡି ଜିଲ୍ଲାରୁ ୩୧୫ଜଣ, କନ୍ଧମାଳ ଜିଲ୍ଲାରୁ ୧୦୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧୪ଜଣ, କେନ୍ଦୁଝର ଜିଲ୍ଲାରୁ ୧୭୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୩୪୨ଜଣ, କୋରାପୁଟ ଜିଲ୍ଲାରୁ ୨୧୫ଜଣ, ମାଲକାନଗିରି ଜିଲ୍ଲାରୁ ୧୨୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬୯୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୫୪ଜଣ, ନୟାଗଡ଼ ଜିଲ୍ଲାରୁ ୨୩୦ଜଣ, ନୂଆପଡ଼ା ଜିଲ୍ଲାରୁ ୫୦ଜଣ, ପୁରୀ ଜିଲ୍ଲାରୁ ୫୨୮ଜଣ, ରାୟଗଡ଼ା ଜିଲ୍ଲାରୁ ୧୬୪ଜଣ, ସମ୍ବଲପୁର ଜିଲ୍ଲାରୁ ୨୨୯ଜଣ, ସୋନପୁର ଜିଲ୍ଲାରୁ ୨୪୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୯୫ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨୨୭ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୫୬୬୮୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୫୨୬୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୫୮୬୪୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୧୭୧୧୪୫୯ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.