ଭୁବନେଶ୍ବରରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ୯୬୨ ଆକ୍ରାନ୍ତ ଚିହ୍ନଟ

Published By : Prameya-News7 Bureau | May 10, 2021 IST

ଭୁବନେଶ୍ବର ୧୦/୦୫ : ରାଜଧାନୀ ଭୁବନେଶ୍ବରରେ କରୋନା ସଂକ୍ରମଣ ବ୍ୟାପକ ଭାବେ ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ୯୬୨ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ବାରେଣ୍ଟାଇନରୁ ୧୮୧ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୭୮୧ ଜଣ । ଏହାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି ୫୪୫୭୬ । ତେବେ ବର୍ତ୍ତମାନ ସୁଦ୍ଧା ମୋଟ ୪୩୯୨୦ ଜଣ ସୁସ୍ଥ ହୋଇସାରିଛନ୍ତି । ୨୮୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦ ହଜାର ୩୫୩ ଆକ୍ଟିଭ୍ କେସ୍‌ ରହିଛି ।

wp:embed {"url":"https://twitter.com/bmcbbsr/status/1391744005474455552","type":"rich","providerNameSlug":"twitter","responsive":true,"className":""}
https://twitter.com/bmcbbsr/status/1391744005474455552
/wp:embed

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.