Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ଛିଡିଲାନି ଭାଗବଣ୍ଟା, ଦୁଇ ପିସ୍ ମାଂସ ପାଇଁ ଆତ୍ମହତ୍ୟା କଲେ ଭଉଣୀ
  • ||
  • କଟକ : ରେଭେନ୍ସା ବିଶ୍ବବିଦ୍ୟାଳୟର ନୂତନ କୁଳପତି ହେଲେ ପ୍ରଫେସର ସଞ୍ଜୟ ନାୟକ
  • ||
  • ଭୁବନେଶ୍ବର : ନାବାଳିକା ଗଣଦୁଷ୍କର୍ମ ମାମଲା, ଅପ୍ରେଲ ୫ରେ ଚୂଡାନ୍ତ ଶୁଣାଣି
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୪ କୋଭିଡ୍ ସଂକ୍ରମିତ, ୩୩୪୦୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ମେ’ ରେ ହେବ କଂଗ୍ରେସର ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ, ସିଡବ୍ଲ୍ୟୁସି ବୈଠକ ପରେ ବଡ ଘୋଷଣା କଲା ଦଳ
  • ||
  • ହୁ ହୁ ହୋଇ ବଢୁଛି ତୈଳଦର, ମୁମ୍ବାଇରେ ୯୧ ଟଙ୍କା ଉପରେ ପେଟ୍ରୋଲ ଦାମ୍
  • ||
  • ରାଉରକେଲା : ନିଆଁ ପୁଇଁବା ହେଲା କାଳ, ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
  • ||
  • ଝଲସିବ ଅର୍କ କ୍ଷେତ୍ର : ନୂଆ ରୂପ ପାଇବ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକଙ୍କୁ ମିଳିବ ବିଶ୍ୱସ୍ତରୀୟ ସୁବିଧା
  • ||
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||
  • ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା, ୨ ଘଣ୍ଟାରେ ଲେଖିବାକୁ ପଡିବ ଉତ୍ତର
  • ||

ଭଲ ଖବର, ସୁସ୍ଥ ହେଲେ ଆଉ ୯୭ କରୋନା ଆକ୍ରାନ୍ତ

18/06/2020 at 4:05 PM

ଭୁବନେଶ୍ୱର, ୧୮|୦୬:   ଗୁରୁବାର ରାଜ୍ୟରେ ଆଉ ୯୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି  । ଏହାକୁ ମିଶାଇ ଆରୋଗ୍ୟ ଲାଭ କରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩୧୪୪ରେ ପହଁଚିଛି ।

ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ  କଟକରୁ ୧୭ ଜଣ ଥିବା ବେଳେ ଖୋର୍ଧାରୁ ୧୬, ଗଞ୍ଜାମରୁ ୧୬ ଓ କନ୍ଧମାଳରୁ ୧୪ ଜଣ ରହିଛନ୍ତି । ସେହିପରି ମୟୂରଭଞ୍ଜରୁ ୯, ଯାଜପୁରରୁ ୭, ପୁରୀରୁ ୫, ନୟାଗଡରୁ ୪, କେନ୍ଦ୍ରାପଡାରୁ ୩, ବରଗଡ ଓ କେଉଁଝରରୁ ୨ଜଣ ଲେଖାଏଁ, ଢେଙ୍କାନାଳ ଓ ସୁନ୍ଦରଗଡରୁ ଜଣେ ଲେଖାଏଁ ଆରୋଗ୍ୟ ଲାଭ କରିଛନ୍ତି ।

ରାଜ୍ୟରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମିତ ସଂଖ୍ୟା । ଗୁରୁବାର ୧୭୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୫୧୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୬ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୨୮ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।

ଚିହ୍ନଟ ହୋଇଥିବା ୧୭୪ ସଂକ୍ରମିତଙ୍କ ମଧ୍ୟରୁ କେନ୍ଦୁଝରରୁ ୫ଜଣ, ଯାଜପୁର ଜିଲ୍ଲାରୁ ୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୦ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ , ମାଲକାନ୍‌ଗିରିରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୩୪ଜଣ, କଳାହାଣ୍ଡ ଜିଲ୍ଲାରୁ ୬ଜଣ, ନୂଆପଡା ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୫୬ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୧୬ଜଣ, ସୁନ୍ଦରଗଡ ଜିଲ୍ଲାରୁ ୩ଜଣ, କେନ୍ଦ୍ରପଡା ଜିଲ୍ଲାରୁ ୭ଜଣ, ବରଗଡ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣ ରହିଛନ୍ତି ।

ଆହୁରି ପଢନ୍ତୁ… corona update

   Related Posts