ରାଜ୍ୟରେ ଚିହ୍ନଟ ହେଲେ ୯୮୭ କରୋନା ସଂକ୍ରମିତ, ୩୦୩୭୮୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | November 10, 2020 IST

ଭୁବନେଶ୍ବର ୧୦।୧୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ତେବେ ୨୪ ଘଣ୍ଟା ମଧ୍ୟରେ ୯୮୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୩୭୮୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୭୨ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୨୫ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:html /wp:html

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮୬ଜଣ, ବାଲେଶ୍ୱର ଜିଲ୍ଲାରୁ ୨୫ଜଣ, ବରଗଡ଼ ଜିଲ୍ଲାରୁ ୩୧ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୪୩ଜଣ, ବୌଦ୍ଧ ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୮୫ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୨ଜଣ, ଗଞ୍ଜାମ ଜିଲ୍ଲାରୁ ୯ଜଣ, ଜଗତସିଂହପୁର ଜିଲ୍ଲାରୁ ୪୫ଜଣ, ଯାଜପୁର ଜିଲ୍ଲାରୁ ୨୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୪ଜଣ, କଳାହାଣ୍ଡି ଜିଲ୍ଲାରୁ ୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬୦ଜଣ, କେନ୍ଦୁଝର ଜିଲ୍ଲାରୁ ୩୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୬ଜଣ, କୋରପୁଟ ଜିଲ୍ଲାରୁ ୭ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୨ଜଣ, ନୟାଗଡ଼ ଜିଲ୍ଲାରୁ ୧୦ଜଣ, ନୂଆପଡ଼ା ଜିଲ୍ଲାରୁ ୪୧ଜଣ, ପୁରୀ ଜିଲ୍ଲାରୁ ୨୯ଜଣ, ରାୟଗଡ଼ା ଜିଲ୍ଲାରୁ ୧୧ଜଣ, ସମ୍ବଲପୁର ଜିଲ୍ଲାରୁ ୧୭ଜଣ, ସୋନପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦୭ଜଣ, ଷ୍ଟେଟ ପୁଲ୍‌ରୁ ୧୮ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୦୩୭୮୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୨୫୮୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୮୯୬୮୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୦୨୭୯୫୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.