Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ଆଜି କରୋନାରୁ ଆରୋଗ୍ୟ ହେଲେ ୯୮୭୦ ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ସୁସ୍ଥ

20/05/2021 at 7:34 PM

ଭୁବନେଶ୍ଵର ୨୦।୦୫: ରାଜ୍ୟରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନାହିଁ। ଦୈନିକ ୧୦ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ମୃତ୍ୟୁ ସଂଖ୍ୟାରେ ବି ବ୍ରେକ୍ ଲାଗୁନି। ହେଲେ ସଂକ୍ରମିତଙ୍କ ସହ ତାଳ ଦେଇ ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଏହି କ୍ରମରେ ଗତ ୨୪ ଘଣ୍ଟାରେ ଓଡିଶାରେ ୯୮୭୦ ଆକ୍ରାନ୍ତ ସୁସ୍ଥ  ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ସୁସ୍ଥ ରୋଗୀଙ୍କ ସଂଖ୍ୟା ୫୫୬୫୦୧ରେ ପହଞ୍ଚିଛି। ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଗୁରୁବାର ଟ୍ଵିଟ୍ ଯୋଗେ ଏହାର ସୂଚନା ଦେଇଛି।

ବିଭାଗ ଅନୁଯାୟୀ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬୭୩ ଆକ୍ରାନ୍ତ ଆରୋଗ୍ୟ ହୋଇଛନ୍ତି। ସେହି ପରି ସୁନ୍ଦରଗଡ ଜିଲ୍ଲାରୁ ୭୮୯, ନୂଆପଡାରୁ ୬୫୦, କଟକରୁ ୬୪୬, ଅନୁଗୋଳରୁ ୫୯୨, ବଲାଙ୍ଗୀରରୁ ୪୨୫, ଝାରସୁଗୁଡାରୁ ୩୫୭, ସମ୍ବଲପୁରରୁ ୩୫୬, ନବରଙ୍ଗପୁରରୁ ୩୫୪, ଗଞ୍ଜାମରୁ ୩୨୫, ବାଲେଶ୍ଵରରୁ ୩୧୩, ବରଗଡରୁ ୨୬୪, ଜଗତସିଂହପୁରରୁ ୨୩୩, ମୟୂରଭଞ୍ଜରୁ ୨୨୩, କଳାହାଣ୍ଡିରୁ ୨୧୫, ବୌଦ୍ଧରୁ ୨୧୪, କେନ୍ଦୁଝରରୁ ୨୦୩ କୋଭିଡ୍-୧୯ ରୋଗୀ ସୁସ୍ଥ ହୋଇଛନ୍ତି।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧୪୯୮ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୬୫୫୮୯୯ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୪୩୯ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୦୫୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । କରୋନାରେ ଆଉ ୨୫ ଜଣଙ୍କ ମୃତ୍ୟୁ ଘଟିଛି। ଏହା ପରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୦୩କୁ ବୃଦ୍ଧି ଘଟିଛି।

   Related Posts