ଭୁବନେଶ୍ୱର, ୨୫|୦୫: ରାଜ୍ୟରେ ଆହୁରି ୯୯ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୬୪୯ରେ ପହଁଚିଛି । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟରରେ ପ୍ରକାଶ ପାଇଛି ।
ସୋମବାର ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୩୪ଜଣ ବାଲେଶ୍ୱରର ଥିବା ବେଳେ ୧୫ଜଣ ଗଞ୍ଜାମ, ଯାଜପୁର ଓ କେନ୍ଦ୍ରାପଡାର ୧୩ ଏବଂ ପୁରୀର ୧୦ ଜଣ ରହିଛନ୍ତି । ସେହିପରି ଭଦ୍ରକର ୯ଜଣ ରହିଥିବା ବେଳେ ନୟାଗଡରୁ ୩ ଓ ସୁନ୍ଦରଗଡ ଏବଂ ଦେବଗଡର ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି ।
wp:html/wp:htmlAnother 99 #Covid19 patients have recovered and are being discharged.
— H & FW Dept Odisha (@HFWOdisha) May 25, 2020
34 are from Balasore
15 from Ganjam
13 each from Jajpur & Kendrapara
10 from Puri
9 from Bhadrak
3 from Nayagarh and
1 each from Sundargarh & Debgarh.
The total recovered cases of #Odisha now stand at 649.
ତେବେ ରାଜ୍ୟରେ ସୋମବାର ଆଉ ୧୦୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୪୩୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍ରେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ୧୦୩ ସଂକ୍ରମିତଙ୍କ ମଧ୍ୟରୁ ୯୬ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୭ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ।
ଆଜି ଚିହ୍ନଟ ହୋଇଥିହା ୧୦୩ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାର ୪ଜଣ, ଯାଜପୁର ଜିଲ୍ଲାର ଜଣେ, ବାଲେଶ୍ୱରରୁ ୫ଜଣ, ଭଦ୍ରକରୁ ୮ଜଣ, ଖୋର୍ଦ୍ଧାରୁ ୫ଜଣ, କେନ୍ଦ୍ରାପଡାରୁ ୧୫ଜଣ, ଜଗତସିଂହପୁରରୁ ୧୦ଜଣ, ଦେଓଗଡରୁ୨୨, ବଲାଙ୍ଗୀରରୁ ୮ଜଣ, ମାଲକାନଗିରିରୁ ୯ଜଣ, ମୟୁରଭଞ୍ଜରୁ ଜଣେ, କେନ୍ଦୁଝରରୁ ଜଣେ, ଗଜପତିରୁ ୬ଜଣ, କୋରାପୁଟରୁ ୬ଜଣ, କନ୍ଧମାଳରୁ ଜଣେ ଏବଂ ଢେଙ୍କାନାଳରୁ ଜଣେ ଚିହ୍ନଟ ହୋଇଛନ୍ତି । ଆଜି ସର୍ବାଧିକ ସଂକ୍ରମିତ ଦେଓଗଡ ଜିଲ୍ଲାରେ ଚିହ୍ନଟ ହୋଇଛନ୍ତି ।