Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • T20 World Cup: ଇତିହାସ ରଚିଲେ କର୍ଟିସ କାମ୍ପର, ୪ ବଲ୍‌ରେ ନେଲେ ୪ ଓ୍ଵିକେଟ୍
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

ଶହେ ତଳକୁ ଖସିଲା ଦୈନିକ ସଂକ୍ରମିତଙ୍କ ସଂଖ୍ୟା : ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୯ କୋଭିଡ୍ ପଜିଟିଭ୍‌, ୩୩୪୫୨୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

26/01/2021 at 11:34 AM

ଭୁବନେଶ୍ବର ୨୬।୦୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଏପରିକି ସାତ ମାସ ପରେ ଶହେ ତଳକୁ ଆସିଛି ଦୈନିକି କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୯୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୫୨୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୧ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୬ଜଣ, ବାଲେଶ୍ୱର ଜିଲ୍ଲାରୁ ୭ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୪ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୪ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୦ଜଣ, ଷ୍ଟେଟ୍‌ ପୁଲ୍‌ରୁ ୩ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୪୫୨୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୨୮୬ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୧୨୮୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୫୮୮୬୦୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts