Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷିତ, ଜାଣନ୍ତୁ କେଉଁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ
  • ||
  • ରୋହିତ ଶର୍ମା ହେଲେ ଟିମ ଇଣ୍ଡିଆର ନୂତନ ଦିନିକିଆ ଅଧିନାୟକ, ବିରାଟଙ୍କୁ କେବଳ ଟେଷ୍ଟ ଦାୟିତ୍ଵ
  • ||
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||

ଅଗଷ୍ଟ ୧୬ରୁ ନବମ ଓ ସେପ୍ଟେମ୍ବର ୧୫ରୁ ଖୋଲିବ ଏକାଦଶ !

17/07/2021 at 5:09 PM

ଭୁବନେଶ୍ଵର ୧୭।୦୭:  ରାଜ୍ୟରେ କରୋନା ସ୍ଥିତିରେ ସୁଧାର ଆସିବା ପରେ ରାଜ୍ୟ ସରକାର ପାଠପଢା ନେଇ ବଡ ନିଷ୍ପତ୍ତି ନେଇଛନ୍ତି। ଜୁଲାଇ ୨୬ରୁ ଦଶମ ଓ ଦ୍ଵାଦଶ ଶ୍ରେଣୀ ଖୋଲିବା ବଡ ନିଷ୍ପତ୍ତି ପରେ ଅଗଷ୍ଟ ୧୬ରୁ ନବମ ଶ୍ରେଣୀ ଖୋଲିପାରେ ବୋଲି ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି। ଯଦି ପରିସ୍ଥିତି ଠିକ୍ ରହେ ତେବେ ଅଗଷ୍ଟ ୧୬ରୁ ନବମ ଶ୍ରେଣୀ ଏବଂ ସେପ୍ଟେମ୍ବର ୧୫ରୁ ଏକାଦଶ ଶ୍ରେଣୀ ଖୋଲିପାରେ।

ଏହାର ସୂଚନା ଦେଇ ଶନିବାର ଗଣଶିକ୍ଷା ସଚିବ ସତ୍ୟବ୍ରତ ସାହୁ କହିଛନ୍ତି ଦଶମ, ଦ୍ଵାଦଶ ପରେ ନବମ ପାଇଁ ଆମେ ଧ୍ୟାନ ଦେଉଛୁ। ଯଦି ପରିସ୍ଥିତି ଠିକ୍ ରହେ ତେବେ ଅଗଷ୍ଟ ୧୬ରୁ ନବମ ଶ୍ରେଣୀ ଖୋଲିବ। ସେହି ପରି ସେପ୍ଟେମ୍ବର ୧୫ରୁ ଏକାଦଶ ଶ୍ରେଣୀ ପାଠପଢା ଆରମ୍ଭ କରିବାକୁ ଯୋଜନା ରଖାଯାଇଛି।

ସୂଚନାଯୋଗ୍ୟ, ଜୁଲାଇ ୨୬ରୁ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟରେ ଦଶମ ଓ ଦ୍ଵାଦଶ ଶ୍ରେଣୀରେ ପାଠପଢା ଆରମ୍ଭ ହେବ। ଯେଉଁ ସ୍କୁଲରେ ମାଟ୍ରିକ ପରୀକ୍ଷା ସେଣ୍ଟର ହେଉଛି, ସେଠାରେ ପରୀକ୍ଷା ପରେ ଖୋଲିବ। ସ୍କୁଲ ସକାଳ ୧୦ଟାରୁ ଦିନ ୧ଟା ୩୦ ଯାଏ ଖୋଲିବ।

ସ୍କୁଲକୁ ଆସିବା ପିଲାମାନଙ୍କ ଇଚ୍ଛାଧୀନ ରହିବ। ଅଭିଭାବକମାନଙ୍କ ସହ ଆଲୋଚନା କରି ପିଲାମାନେ ସ୍କୁଲ ଆସି ପାରିବେ। ଏଥିସହ ଦଶମ ଓ ଦ୍ଵାଦଶ ସହ ଅନ୍ୟ ଶ୍ରେଣୀ ଅନଲାଇନ ଶିକ୍ଷା ପୂର୍ବ ପରି ଚାଲୁ ରହିବ। ସ୍କୁଲ ଖୋଲିବା ନିଷ୍ପତ୍ତି ଜିଲ୍ଲାପାଳଙ୍କ ଉପରେ ନ୍ୟସ୍ତ। ଜିଲ୍ଲାପାଳ ନିଜ ଅଞ୍ଚଳରେ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ ଖୋଲିବା ନେଇ ଅନୁମତି ଦେବେ।

   Related Posts