Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୨୪୫୨ ଆକ୍ରାନ୍ତ, କିନ୍ତୁ ସଂକ୍ରମଣ ବୃଦ୍ଧିରେ ଲାଗୁନି ରୋକ୍‌
  • ||
  • କମ୍ବିଂ ବେଳେ ଏସ୍‌ଓଜି ଯବାନ-ମାଓବାଦୀ ମୁହାଁମୁହିଁ, ଗୁଳି ବିନିମୟରେ ମାଓବାଦୀ ମୃତ !
  • ||
  • ସାଲେପୁର : ଡାକ ଘରେ ଚାଲିଥିଲା ଭୋଜି ଭାତର ଆୟୋଜନ, ୩ ହଜାର ଟଙ୍କା ତଣ୍ଡ ଗଣିଲେ କର୍ମଚାରୀ
  • ||
  • ନୀଳଗିରି : ପୋଖରୀରେ ଗାଧୋଇବା ବେଳେ ଖସିଗଲା ଗୋଡ, ଚାଲିଗଲା ନାବାଳିକାଙ୍କ ଜୀବନ
  • ||
  • ସାନଖେମୁଣ୍ଡି : ବେଆଇନ ମଦ ବିକ୍ରିକୁ ନେଇ ଜନ ଅସନ୍ତୋଷ, ଥାନା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ
  • ||
  • କର୍ଲାମୁଣ୍ଡା : ୨ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡିଲେ ରାଜସ୍ବ ନିରୀକ୍ଷକ
  • ||
  • ଆନନ୍ଦପୁର : ଯୁକ୍ତ ୨ ପରୀକ୍ଷା ବାତିଲ ଦାବିରେ ୨ଟି ମହାବିଦ୍ୟାଳୟ ଛାତ୍ରଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ଦୈନିକ ଲକ୍ଷେ ଟେଷ୍ଟ କରନ୍ତୁ ରାଜ୍ୟ ସରକାର – ବିଜୟ ମହାପାତ୍ର
  • ||
  • ଭୁବନେଶ୍ବର : ଓଡିଶାର ଚିହ୍ନଟ ହୋଇନି କରୋନାର ଟ୍ରିପଲ ମ୍ୟୁଣ୍ଟାଣ୍ଟ – ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ
  • ||
  • ଖୋର୍ଦ୍ଧା : ଅନଲାଇନ୍‌ରେ ପରୀକ୍ଷା ଅଥବା ବାତିଲ୍ ଦାବିରେ ଯୁକ୍ତ ୨ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ
  • ||

୪୦୦ ଲିଟର ମହୁଲି ସହ କାର ଜବତ, ଧରା ହେଲେ ୨, ଜଣେ ଫେରାର

7/03/2021 at 4:13 PM

ଭଦ୍ରକ ୦୭।୦୩ : ସ୍ୱିଫ୍ଟରେ ଚାଲାଣ ହେଉଥିଲା ମହୁଲି ମଦ। ଖବର ପାଇ ଅବକାରୀ ବିଭାଗ ପକ୍ଷରୁ ଚାଲିଥିଲା ପେଟ୍ରୋଲିଂ। ଏହି ସମୟରେ ଗାଡି ଅଟକାଇବାରୁ ଚୋରା ଚାଲାଣକାରୀ ଫେରାର ମାରିବାକୁ ଚେଷ୍ଟା କରିଥିଲେ। ଅବକାରୀ କର୍ମଚାରୀ ଗୋଡ଼ାଇ ଗୋଡ଼ାଇ ଦୁଇ ଜଣଙ୍କୁ ଧରିଥିବା ବେଳେ ଜଣେ ଫେରାର ହେବାରେ ସକ୍ଷମ ହୋଇଛି ।

ସୂଚନା ଅନୁଯାୟୀ ଭଦ୍ରକ ଅବକାରୀ ବିଭାଗ ପକ୍ଷରୁ ଅବକାରୀ ନିରୀକ୍ଷକ ଧନେଶ୍ୱର ବରାଡ଼ ଓ କ୍ଷୀତିଶ ଦାସ ଏବଂ  ଭ୍ରାମ୍ୟମାଣ ଭାରପ୍ରାପ୍ତ ଅଧିକାରୀ ଶ୍ରୀ ବ୍ରଜମୋହନ ମଲ୍ଲିକଙ୍କ ନେତୃତ୍ୱରେ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ୱାରା ଭଦ୍ରକ ଗ୍ରାମାଞ୍ଚଳ  ଥାନା  ରମ୍ଭିଳା କେନାଲ ଛକ ନିକଟରେ ପେଟ୍ରୋଲିଂ ଚାଲିଥିଲା। ଏହି ସମୟରେ ଗୋଟିଏ ସ୍ୱିଫ୍ଟ କାରରୁ ୪୦୦ ଲିଟର ଦେଶୀ ରନ୍ଧା ମଦ ଜବତ ହୋଇଛି । ଗାଡିରେ ଥିବା ତିନି ଅଭିଯୁକ୍ତଙ୍କ ମଧ୍ୟରୁ ଦୁଇ ଜଣ ଗିରଫ ହୋଇଥିବା ବେଳେ ଜଣେ ଫେରାର ହୋଇଯାଇଛି ।

ଗିରଫ ଅଭିଯୁକ୍ତ ହେଉଛନ୍ତି ବାସୁଦେବପୁର ଥାନା ଅନ୍ତର୍ଗତ ସୁଆଁ  ଗ୍ରାମର ନିରଞ୍ଜନ ସିଅଳ ଓ ସିମୁଳିଆ ଥାନା ଅନ୍ତର୍ଗତ ଧୁବଗଡ଼ିଆ ଗ୍ରାମର କମଳାକାନ୍ତ ବେହେରା । ଜବତ ମଦର ଆନୁମାନିକ ମୂଲ୍ୟ  ଦୁଇ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି । ଉକ୍ତ ଚଢାଉରେ ଏ.ଏସ୍‌.ଆଇ  ପ୍ରହ୍ଲାଦ ସାମଲ ଓ ଭବେଶ ଦାସ ସାମିଲ ଥିଲେ । ଏନେଇ ଅବକାରୀ ବିଭାଗ କେସ ନଂ ୧୫୯/୨୦-୨୧ ରେ ମାମଲା ରୁଜ୍ଜୁ କରାଯାଇଛି ।

   Related Posts