କଳାହାଣ୍ଡିରେ ପିକ୍ଅପ୍ ଭ୍ୟାନ୍ ଧକ୍କାରେ ଜଣେ ମୃତ ଓ ଜଣେ ଗୁରୁତର
1/10/2018 at 9:05 AM

କଳାହାଣ୍ଡି ୧|୧୦: କଳାହାଣ୍ଡି ଜିଲ୍ଲା ନର୍ଲ। ଥାନା ତଲେଇମାଲ ନିକଟରେ ପିକ୍ଅପ୍ ଭ୍ୟାନ୍ ଧକ୍କାରେ ଜଣେ ନାବାଳିକାଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ପ୍ରତିବାଦରେ ରାଜ୍ୟ ରାଜପଥ ଅବରୋଧ କରିଛନ୍ତି ସ୍ଥାନୀୟଲୋକ ।
ସୂଚନା ଯୋଗ୍ୟ ଯେ, କଳାହାଣ୍ଡି ଜିଲ୍ଲା ନର୍ଲ। ଥାନା ତଲେଇମାଲ ନିକଟରେ ଶୌଚ ହେବାକୁ ଯାଇଥିବା ବେଳେ ଦ୍ରୁତଗତିରେ ଆସୁଥିବା ଏକ ପିକ୍ଅପ୍ ଭ୍ୟାନ୍ ନାବାଳିକାଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ନାବାଳିକାଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ଉର୍ମିଳା ସାହୁ । ଅନ୍ୟ ଜଣେ ମଧ୍ୟ ଗୁରୁତର ହୋଇଛନ୍ତି । ଦୁର୍ଘଟଣା ଘଟାଇଥିବା ଗାଡି ଡ୍ରାଇଭରକୁ ଅଟକ ରଖି ନିର୍ଦ୍ଧୁମ ଛେଚିଲେ ସ୍ଥାନୀୟଲୋକେ । ପ୍ରତିବାଦରେ ଉତ୍ତ୍ୟକ୍ତ ଲୋକ ମୃତଦେହ ରଖି ରାଜ୍ୟ ରାଜପଥରେ ରାସ୍ତା ଅବରୋଧ କରିଛନ୍ତି । ଫଳରେ ଭବାନୀପାଟଣା ଓ ନର୍ଲ। ମଧ୍ୟରେ ଯାତାୟତ ବାଧାପ୍ରାପ୍ତ ହୋଇଛି ।