Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନକଲି ଘିଅ କାରଖାନାରେ ରେଡ୍‌, ମାଲିକ ଫେରାର
  • ||
  • ବିଧାନସଭା ଆଗରେ ମାଆ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ସ୍ପଷ୍ଟୀକରଣ ରଖିଲା ଜଗତସିଂହପୁର ପୋଲିସ
  • ||
  • ଲିଭର ପ୍ରତ୍ୟାରୋପଣ ପାଇଁ ସମ୍‌ ହସ୍ପିଟାଲ ଓ ଏସିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ବୁଝାମଣା ସ୍ଵାକ୍ଷରିତ
  • ||
  • ଆନ୍ଦୋଳନରତ କୃଷକଙ୍କୁ ଗୃହ ମନ୍ତ୍ରୀ ଶାହାଙ୍କ ସନ୍ଦେଶ, ସରକାର ଆପଣଙ୍କ ଦାବି ଓ ସମସ୍ୟା ଉପରେ ଆଲୋଚନା କରିବାକୁ ପ୍ରସ୍ତୁତ
  • ||
  • ଡିସେମ୍ବର ମାସ ପାଇଁ ଗାଇଡ୍‌ ଲାଇନ୍ ଜାରି କଲେ ରାଜ୍ୟ ସରକାର
  • ||
  • ଭାଇ ହେଲା ଭଗାରୀ: ଜମିବାଡି ଲୋଭରେ ନିଜ ରକ୍ତ ସଂପର୍କର ଭାଇ-ପୁତୁରାକୁ ଦେଲା ହାଣି
  • ||
  • ଅଭୟକାନ୍ତଙ୍କ ଲିଙ୍କ୍‌ର ଖୋଳତାଡ଼: ସମସ୍ତଙ୍କୁ ଯିବ ନୋଟିସ୍, କିଏ ବଫାଦାର- କିଏ ଗଡ଼ ଫାଦର?
  • ||
  • ପରୀ ହତ୍ୟା ମାମଲା: ଅରୁଣ ବୋଥ୍ରାଙ୍କ ନେତୃତ୍ବରେ ୫ ଜଣିଆ ଏସ୍‌ଆଇଟି ଟିମ୍‌ ଗଠିତ, ହାଇକୋର୍ଟଙ୍କୁ ଅବଗତ କଲେ ସରକାର
  • ||
  • ସୋର : ବେଙ୍ଗାଲୁରୁରୁ ଲୁଟ୍ ହୋଇଥିବା ୪ଲକ୍ଷ ଟଙ୍କା ମିଳିଲା ଚାଉଳ ଡବାରୁ
  • ||
  • ତେଲକୋଇ : ମଞ୍ଚାରେ ଶୋଇଥିବା ବେଳେ ଲାଗିଗଲା ନିଆଁ, ପୋଡି ହୋଇ ମହିଳା ଗୁରୁତର
  • ||

୪ଜଣଙ୍କୁ ବାଡ଼ିରେ ପିଟି ପିଟି ନିର୍ମମ ହତ୍ୟା : ଅଭିଯୁକ୍ତ ଗିରଫ

13/11/2020 at 3:23 PM

ଆସାନସୋଲ ୧୩/୧୧: ପଶ୍ଚିମ ବଙ୍ଗର ପଶ୍ଚିମ ବର୍ଦ୍ଧମାନ ଜିଲ୍ଲାର ଆସାନସୋଲରେ ମଦ ଦୋକାନରେ ଜଣେ ବ୍ୟକ୍ତି ୪ଜଣଙ୍କୁ ବାଡ଼ିରେ ପିଟି ପିଟି ହତ୍ୟା କରିଛନ୍ତି। ଘଟଣା ପରେ ପୋଲିସ୍ ଅଭିଯୁକ୍ତକୁ ଗିରଫ କରିଛି। ସେ ଜଣେ ମାନସିକ ବିକାରଗ୍ରସ୍ତ ବୋଲି ଜଣା ପଡ଼ିଛି। ଜଣେ ବରିଷ୍ଠ ପୋଲିସ୍ ଅଧିକାରୀ ଶୁକ୍ରବାର ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି ଯେ ପୀଡ଼ିତଙ୍କ ମଧ୍ୟରୁ ୩ଜଣ ଆସାନସୋଲର ଶିବପୁର ଅଞ୍ଚଳରେ ମଦ ଦୋକାନ ଭିତରେ ଶୋଇଥିଲେ,ସେତିକିବେଳେ ମଧ୍ୟରାତ୍ରିରେ ଅଭିଯୁକ୍ତ ବାଡ଼ିରେ ହଠାତ୍ ସେମାନଙ୍କ ଉପରେ ଆକ୍ରମଣ କରିଥିଲା। ଏହା ପରେ ସେମାନଙ୍କ ଉପରେ ଆଖିବୁଜା ଆକ୍ରମଣ କରିଥିଲା। ପୋଲିସର କହିବା ଅନୁସାରେ ପୀଡ଼ିତଙ୍କ ଚିତ୍କାର ଶୁଣି କିଛି ସ୍ଥାନୀୟ ଲୋକ ସେଠାରେ ପହଞ୍ଚିଥିଲେ।

 କିଛି ଲୋକ ନିକଟସ୍ଥ ପୋଲିସ ଥାନାକୁ ଘଟଣା ବିଷୟରେ ସୂଚନା ଦେଇଥିଲେ। ସେ କହିଥିଲେ ଯେ ବାହାରକୁ ଆସି ଅଭିଯୁକ୍ତ ସେଠାରେ ପହଞ୍ଚିଥିବା ଆଉ ଜଣେ ବ୍ୟକ୍ତିଙ୍କ ଉପରେ ମଧ୍ୟ ଆକ୍ରମଣ କରିଥିଲା । ତାର ମଧ୍ୟ ଘଟଣାସ୍ଥଳରେ ମୃତ୍ୟୁ ହୋଇଯାଇଥିଲା। ୪ଜଣଙ୍କୁ ସେଠାରେ ନିକଟସ୍ଥ ହସ୍ପିଟାଲକୁ ନିଆଯାଇଥିଲା କିନ୍ତୁ ଡାକ୍ତର ସେମାନଙ୍କୁ ମୃତ ଘୋଷିତ କରିଥିଲେ। ପୋଲିସ୍ ଅଭିଯୁକ୍ତକୁ ଗିରଫ କରିଛି।

   Related Posts