Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ତୁର୍କୀରେ ବଡ ଧରଣର ଭୂକମ୍ପ ପରେ ସୁନାମି: ପ୍ରକୃତି ରଚିଲା ତାଣ୍ଡବଲୀଳା, ୬ ମୃତ, ୨୦୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ବିଜେପିକୁ ତିର୍ତ୍ତୋଲବାସୀ ନିଶ୍ଚୟ ଜିତାଇବେ ଏବଂ ପ୍ରଧାନମନ୍ତ୍ରୀଙ୍କ ହାତମୁଠାକୁ ଟାଣ କରିବେ- ଧର୍ମେନ୍ଦ୍ର
  • ||
  • PL 2020: ଗର୍ଜିଲା କ୍ରିସ୍ ଗେଲଙ୍କ ବ୍ୟାଟ୍, ରାଜସ୍ଥାନ ସମ୍ମୁଖରେ ୧୮୬ ରନର ବିଜୟ ଲକ୍ଷ୍ୟ ରଖିଲା କିଙ୍ଗ୍ସ ଏକାଦଶ ପଞ୍ଜାବ
  • ||
  • ଅଟୋକୁ ଧକ୍କା ଦେଲା କାର୍, ଜଣେ ମୃତ, ୪ ଗୁରୁତର
  • ||
  • ବାଇକ୍ ସହ ଧକ୍କା ହୋଇ ରାସ୍ତା କଡକୁ ଖସିଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ସେନେଗଲ୍‌ ଉପକୂଳ ସମୁଦ୍ରରେ ବୁଡ଼ିଗଲା ଶରଣାର୍ଥୀଙ୍କ ଡଙ୍ଗା: ୧୪୦ ଜଣଙ୍କ ମୃତ୍ୟୁ, ବଞ୍ଚିଗଲେ ୬୦
  • ||
  • ରାଜଧାନୀରୁ ଆଉ ୮୭ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୨୩୭
  • ||
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||

ସଞ୍ଚୟ ବାକ୍ସ ଭାଙ୍ଗି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ଦାନ କଲେ ୟୁକେଜି ଛାତ୍ର: କହିଲେ, ଘରେ ରୁହନ୍ତୁ ଏବଂ ସୁରକ୍ଷିତ ରୁହନ୍ତୁ

7/04/2020 at 3:14 PM

ଭୁବନେଶ୍ବର୭/୪: କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡ୍‌କୁ ସହାୟତା ପ୍ରଦାନ କଲେ ୟୁକେଜିର ଛାତ୍ର ଆୟୁଷ ଦାସ। ଆୟୁଷ ନିଜ ଖର୍ଚ୍ଚରୁ ବଞ୍ଚାଇ ସଞ୍ଚୟ ରଖିଥିବା ୧୧୩୭ ଟଙ୍କାକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପଣ୍ଡକୁ ପ୍ରଦାନ କରିଛନ୍ତି।

ଏହାସହ ଆୟୁଷ ଲୋକମାନଙ୍କୁ ସଚେତନତାର ବାର୍ତ୍ତା ଦେଇଛନ୍ତି। ସେ କହିଛନ୍ତି, ଘରେ ରୁହନ୍ତି ଏବଂ ସୁରକ୍ଷିତ ରୁହନ୍ତି। ରାଜ୍ୟରେ ଏଭଳି କଠିନ ପରିସ୍ଥିତର ସାମ୍ନା କରିବାକୁ ରାଜ୍ୟବାସୀଙ୍କୁ ଏକଜୁଟ ହେବାକୁ ପଡିବ। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡକୁ ସହାୟତା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅପିଲ୍ କରିଛନ୍ତି।

ଆୟୁଷଙ୍କ ଜେଜେ ମାଆ ତଥା​‌ ଅବସରପ୍ରାପ୍ତ ଶିକ୍ଷୟତ୍ରୀ ସୁକୁମାରୀ ପଟ୍ଟନାୟକ ନାତିଙ୍କ ଏଭଳି କାର୍ଯ୍ୟକୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି, ତାଙ୍କୁ ଖର୍ଚ୍ଚ ପାଇଁ ଦିଆଯାଉଥିବା ଟଙ୍କାକୁ ସଞ୍ଚୟ କରି ସେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ପ୍ରଦାନ କରିଛନ୍ତି।

ଏତେ କମ୍ ବୟସରେ ଜଟିଳ ପରିସ୍ଥିତିକୁ ବୁଝୁଥିବା ଆୟୁଷ ସମାଜ ପାଇଁ ଏକ ଉଦାହରଣ ପାଲଟିଛନ୍ତି।

   Related Posts