Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର ; ବ୍ରହ୍ମପୁର ବଡବଜାର ଥାନା ଅନ୍ତର୍ଗତ ଗଣେଶ ନଗରରେ ପୁଲିସ୍ ର ଚଢାଉ
  • ||
  • ନକଲି ଟମାଟ, ଚିଲି, ସୋୟା ସୋସ୍ ୟୁନିଟ୍ ଉପରେ ଚଢାଉ
  • ||
  • କେତେ ପରିମାଣର ନକଲି ସାମଗ୍ରୀ ଜବତ, ତାହା ତଦନ୍ତ ପରେ ଜଣାପଡିବ ବୋଲି ପୁଲିସର ସୂଚନା
  • ||
  • ବରଗଡ଼ରେ ବିରାଟ ଚାଷୀ ସମାବେଶ, ଯୋଗଦେଲେ ୧୦ ଜିଲ୍ଲାର ୫ ହଜାର କୃଷକ
  • ||
  • ଜୟପୁର : ଜୟପୁର କୋଟପାଡରେ ନକଲି ବିଦେଶୀ ମଦ କରାଖାନା ଠାବ, ବିପୁଳ ପରିମାଣର ନକଲି ମଦ
  • ||
  • ଜଳେଶ୍ଵର : STFର ଚଢାଉ ବେଳେ ଜଳେଶ୍ୱର ବଜାରରୁ ନକଲି ପାନ ମସଲା ଜବତ, ଦୁଇ ଅଟକ
  • ||
  • ଜଳେଶ୍ଵର : ଜଳେଶ୍ଵର ଝାଡ଼େଶ୍ୱରପୁର ବସ୍ତିରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଫେରାର
  • ||
  • ବଲାଙ୍ଗୀର : ବୋଲେରୋ ଧକ୍କାରେ ସାଇକେଲ୍ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୪ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • କଟକ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||

ଘର ଭିତରେ ପଶିଲା ଇଟା ବୋଝେଇ ଟ୍ରାକ୍ଟର, ମହିଳାଙ୍କ ମୃତ୍ୟୁ, ଦୁଇ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ

8/01/2021 at 8:20 PM

ବାରିପଦା ୦୮।୦୧: ବାରିପଦା ଉପକଣ୍ଠ ଚିପଟଅସ୍ତିଆ ଠାରେ ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଇଟା ବୋଝେଇ ଟ୍ରାକ୍ଟର । ତେବେ ଟ୍ରାକ୍ଟରରେ ଥିବା ୩ ଜଣଙ୍କ ମଧ୍ୟରୁ ଘଟଣା ସ୍ଥଳରେ ହିଁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ଡ୍ରାଇଭର ଓ ଅନ୍ୟ ଜଣେ ଖଲାସୀଙ୍କ ଅବସ୍ଥା ସଂକଟାପନ୍ନ ରହିଛି। ଉଭୟଙ୍କୁ ଗୁରୁତର ଅବସ୍ଥାରେ ବାରିପଦା ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜରେ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି।

ମୃତ ମହିଳା ଜଣକ ହେଲେ ଯଶୀପୁର ଅଞ୍ଚଳର ବୁଦ୍ଧିନୀ ସିଂ ଏବଂ ଗୁରୁତର ଦୁଇଜଣ ହେଲେ ଯଶୀପୁର ଅଞ୍ଚଳର ଖୁଦୁରାମ ସିଂ ଓ ବିଶୋଇ ଅଞ୍ଚଳର ଫଗୁରାମ ମାଝୀ । ଇଟା ବୋଝେଇ ଟ୍ରାକ୍ଟର କୁଳିଅଣାର ଗାଙ୍ଗରାଜ ପଟୁ ବାରିପଦା ଆସୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା । ତେବେ ଦୁର୍ଘଟଣାରେ ଘର ଭିତରେ ଥିବା ଲୋକ ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ଘରଟି ଭାଙ୍ଗି ଯାଇଛି । ଘଟଣା ସ୍ଥଳରେ ଟାଉନ ଥାନା ପୋଲିସ ପହଞ୍ଚି ଅଧିକ ତଦନ୍ତ କରୁଛି ।   

   Related Posts