Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟେଷ୍ଟ ପରେ ଓ୍ବାନ୍‌ ଡେ’ ସିରିଜ୍‌ କବ୍‌ଜା କଲା ଦକ୍ଷିଣ ଆଫ୍ରିକା, ଦ୍ବିତୀୟ ଦିନିକିଆରେ ଟିମ୍‌ ଇଣ୍ଡିଆ ୭ ଓ୍ବିକେଟରେ ଧରାଶୟୀ, ଭାରତ ୨୮୭/୬(୫୦ ଓଭର), ଦକ୍ଷିଣ ଆଫ୍ରିକା ୨୮୮/୩ (୪୮.୧ଓଭର)
  • ||
  • ରାଜ୍ୟରେ ଶୁକ୍ରବାର ସୁସ୍ଥହେଲେ ୧୦,୩୯୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୬୧୦ଜଣ ଡିସଚାର୍ଜ
  • ||
  • ହରଭଜନ ସିଂହ କରୋନା ଆକ୍ରାନ୍ତ, ନିଜକୁ କଲେ ଆଇସୋଲେଟ୍‌
  • ||
  • ଚୋରା ବାଲି କାରବାରରୁ ହତ୍ୟା, ଶ୍ରମିକଙ୍କ ଉପରେ ଚଢାଇଦେଲେ ଟ୍ରାକ୍ଟର !
  • ||
  • ରାଜ୍ୟରେ ୧୦ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୯୮୩୩ କୋଭିଡ୍ ପଜିଟିଭ୍, ୧୧୮୭୨୯୫ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଶିବାଡ ଘାଟିରେ ଓଲଟିଲା ଇସପାତ୍, ୮ ଗୁରୁତର
  • ||
  • ଶୁକ୍ରବାରଠୁ ଲିଭିବ ଅମର ଯବାନ ଜ୍ୟୋତି : ୫୦ ବର୍ଷ ତଳେ ଶୁଭାରମ୍ଭ କରିଥିଲେ ଇନ୍ଦିରା ଗାନ୍ଧୀ
  • ||
  • ଟି୨୦ ବିଶ୍ୱକପ୍ : ଖେଳସୂଚୀ ଜାରି କଲା ଆଇସିସି, ଏହି ତାରିଖରେ ଭାରତ-ପାକିସ୍ତାନ ମହା ମୁକାବିଲା
  • ||
  • ଦ୍ୱିତୀୟ ଦିନିକିଆରେ କମ୍ ବ୍ୟାକ୍ କରିବ ଟିମ୍ ଇଣ୍ଡିଆ ! ଦକ୍ଷିଣ ଆଫ୍ରିକା ବିପକ୍ଷରେ ସିରିଜ୍ ବରାବର ଲକ୍ଷ୍ୟ
  • ||

ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ଯୁବକ ଗିରଫ

21/05/2020 at 5:36 PM

ନୀଳଗିରି୨୧/୫: ପୁଣି ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଯୁବତୀଙ୍କୁ ଦୁଷ୍କର୍ମ କରି ଅଭିଯୁକ୍ତ ଗିରଫ। ନୀଳଗିରି ଥାନା ଅନ୍ତର୍ଗତ ଜୁଣିଆଁ ଅଞ୍ଚଳରେ ଯୁବତୀଙ୍କୁ ଦୁଷ୍କର୍ମ କରିବା ଅଭିଯୋଗରେ ଜଣେ ଯୁବକ ଗିରଫ ହୋଇଛି। ପୋଲିସ୍‌ର ସୂଚନା ମୁତାବକ, ଔପଦା ବ୍ଲକର ବାଉଁଶବଣିଆ ପଞ୍ଚାୟତର ଜୁଣିଆଁ ଅଞ୍ଚଳର ଭୁବନ ନାୟକଙ୍କ ପୁଅ ଚେମା ଦୁଇଦିନ ତଳେ ନିଶାରେ ଚୁର ହୋଇ ଜଣେ ଯୁବତୀଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା। ପୀଡିତାଙ୍କ ଘରେ କେହି ନଥିବାର ସୁଯୋଗ ଦେଖି ତାଙ୍କୁ ଦୁଷ୍କର୍ମ କରିଥିବା ପୀଡିତାଙ୍କ ପରିବାର ଲୋକେ ଅଭିଯୋଗ କରିଥିଲେ।

ପୀଡ଼ିତା ନିଜକୁ ବଞ୍ଚାଇବାକୁ ଚେଷ୍ଟା କରି ଆହତ ମଧ୍ୟ ହୋଇଥିଲେ।ହେଲେ ଯୌନ ପିପାସୁ ଚେମା ଯୁବତୀର ସର୍ବନାଶ କରିଥିଲା। ଏନେଇ ପୀଡିତା ପରିବାର ସହ ନୀଳଗିରି ଥାନାରେ ନ୍ୟାୟଭିକ୍ଷା କରିଥିଲେ। ଏହା ପରେ ୧୬୨ ନମ୍ବର ମାମଲା ରୁଜୁକରି ନୀଳଗିରି ଆଇଆଇସି ମିନତୀ ନାୟକ ତଦନ୍ତ ଆରମ୍ବ କରିବା ସହ ଅଭିଯୁକ୍ତ ଚେମାକୁ ଗିରଫ କରିଛନ୍ତି। ଖୁବ ଶୀଘ୍ର ପୀଡିତା ଏବଂ ଅଭିଯୁକ୍ତର ଡାକ୍ତରୀ ମାଇନା କରାଯାଇ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯିବ ବୋଲି ପୋଲିସ ସୂଚନା ଦେଇଛି।

   Related Posts