Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

୧୩ ତାରିଖରେ ସୃଷ୍ଟି ହେବ ଘୁର୍ଣ୍ଣିବଳୟ, ନେବ ଅବପାତର ରୂପ !

10/05/2021 at 7:49 AM

ଭୁବନେଶ୍ୱର ୧୦/୦୫: ସୃଷ୍ଟି ହେବ ଘୁର୍ଣ୍ଣିବଳୟ । ଦକ୍ଷିଣ ଆରବ ସାଗରରେ ଏହା ସୃଷ୍ଟି ହୋଇ ଲଘୁଚାପରେ ପରିଣତ ହେବ । ପରେ ଏହା ଅବପାତରେ ପରିଣତ ହେବ ବୋଲି ଆଶଙ୍କା ରହିଛି । ଏନେଇ ଅନୁମାନ କରିଛନ୍ତି କୃଷି ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ।

କୃଷି ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ପୂର୍ବାନୁମାନ କରିଛନ୍ତି ଯେ ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ସ୍ୱାଭାବିକଠୁ କମ୍‌ ତାପମାତ୍ରା ରହି । ୧୩ ତାରିଖରେ ଦକ୍ଷିଣ ଆରବ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ୧୫ ସୁଦ୍ଧା ଲଘୁଚାପ ରୂପ ନେବ । ଯାହା ପରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ଭାରତକୁ ନ ଆସି ଆଫ୍ରିକା ଆଡ଼କୁ ମୁହାଁଇବାର ସମ୍ଭାବନା ରହିଛି । ଏହାଦ୍ୱାରା ଓଡ଼ିଶା ସମେତ ଦେଶର ଅଧିକାଂଶ ରାଜ୍ୟରେ ପାଗର ପରିବର୍ତ୍ତନ ହେବ। ଓଡ଼ିଶାକୁ ବଙ୍ଗୋପସାଗରୀୟ ପବନ ବୋହିବ । ଏହାର ପ୍ରଭାବ ଆସନ୍ତା ୨୦ ପର୍ଯ୍ୟନ୍ତ ରହିବ । ଉପକୂଳ ଓଡ଼ିଶାରେ ଆସନ୍ତା ୫ଦିନ ପର୍ଯ୍ୟନ୍ତ କାଳବୈଶାଖୀର ସମ୍ଭାବନା ରହିଛି ।

ସେହିପରି ଭୁବନେଶ୍ୱର ସମେତ ପଶ୍ଚିମ ଓଡ଼ିଶା ଓ ଆଭ୍ୟନ୍ତରୀଣ ଦକ୍ଷିଣ ଓଡ଼ିଶାରେ ୧୦ରୁ ୧୨ ମଧ୍ୟରେ କାଳବୈଶାଖୀର ସମ୍ଭାବନା ଅଧିକ। ବର୍ଷା ନହେଲେ ମଧ୍ୟ ପାଗ ଆଂଶିକ ମେଘୁଆ ଯୋଗୁଁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନାହିଁ । ଆଭ୍ୟନ୍ତରୀଣ ଓଡ଼ିଶାରେ ୧୨ ତାରିଖ ପରେ ତାପମାତ୍ରା ବଢ଼ିପାରେ। ତଥାପି ଏହା ସ୍ୱାଭାବିକଠୁ କମ୍‌ ରହିବ। ବାୟୁର ଆର୍ଦ୍ରତା ଅଧିକ ରହିବାରୁ ଖରା ଟାଣ ଅନୁଭୂତ ହେବ ବୋଲି ପ୍ରଫେସର ପଶୁପାଳକ ଆକଳନ କରିଛନ୍ତି। ଅନୁରୂପ ଭାବେ ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି ଯେ ୧୨ ଯାଏଁ ରାଜ୍ୟରେ କାଳବୈଶାଖୀ ପ୍ରଭାବ ରହିବ। ୧୩ରୁ କାଳବୈଶାଖୀ ପ୍ରଭାବ କମିବା ସହିତ ରାଜ୍ୟରେ ପୁଣି ତାତି ବଢ଼ିବ।

   Related Posts