Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲିଫ୍ଟ ମାଗି ଯାଉଥିଲେ ଘରକୁ, ଦୁର୍ଘଟଣାରେ ମା’ପୁଅ ସମେତ ୪ ଜଣଙ୍କ ମୃତ୍ୟୁ
  • ||
  • ଦେଶରେ ତଳମୁହାଁ କରୋନା ଗ୍ରାଫ୍: ଓଡ଼ିଶାରେ ମଧ୍ୟ ହ୍ରାସ ପାଇଛି ସଂକ୍ରମଣ
  • ||
  • ସ୍କୁଲ ଫି’ ଛାଡ଼ ମାମଲା: ସପ୍ତାହେ ଭିତରେ ରିପୋର୍ଟ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
  • ||
  • ଦୁର୍ବଳ ହେଉଛି ଭାରତୀୟ ଆଖି
  • ||
  • ପୁରୀ : ସ୍ବର୍ଗଦ୍ବାରରୁ ହଟିଲା କଟକଣା, ଏଣିକି ଅନ୍ୟ ଜିଲ୍ଲାର ଶବ ହେବ ସତ୍କାର
  • ||
  • ଲଦାଖ: ଡେମଚୋକ୍‌ରେ ଭାରତୀୟ ସେନା ହାତରେ ଧରାପଡିଲେ ଚୀନ ସୈନିକ, ମିଳିଛି ଗୁରୁତ୍ଵପୂର୍ଣ୍ଣ ଦସ୍ତାବିଜ
  • ||
  • ଘରୋଇ କର୍ମଚାରୀଙ୍କ ପାଇଁ ବଡ ଖବର : ଦୀପାବଳି ପୂର୍ବରୁ ନୂଆ ପ୍ୟାକେଜ୍ ଘୋଷଣା କରିପାରନ୍ତି ସରକାର
  • ||
  • ଲୋକ ଭବନ ସମ୍ମୁଖରେ ଦୁଇ ଶିଶୁ ସହ ପତି-ପତ୍ନୀଙ୍କ ଆତ୍ମଦାହ ଉଦ୍ୟମ, ଉଦ୍ଧାର କଲା ପୋଲିସ
  • ||
  • ପୁଅ ଆସି ପଡୋଶୀଙ୍କୁ କହିଲା-ବାପା ଉଠୁନାହାନ୍ତି, ଦେଖିଲା ବେଳକୁ ଘରେ ପଡିଥିଲା ଦୁଇଟି ମୃତଦେହ
  • ||
  • ଗେହଲଟ୍ ସରକାରଙ୍କ ନିଷ୍ପତ୍ତି: ୧୩ ଅନ୍ତରାଷ୍ଟ୍ରୀୟ ଖେଳାଳିଙ୍କୁ ୨୫-୨୫ ଏକର ଜମି ଆବଣ୍ଟନ କରିବାକୁ ଘୋଷଣା
  • ||

ମର୍ମନ୍ତୁଦ ସଡକ ଦୁର୍ଘଟଣା: ବାଇକକୁ ଧକ୍କା ଦେଲା ସ୍କର୍ପିଓ, ୮ ମୃତ

27/07/2020 at 4:00 PM

ଭୋପାଳ, ୨୭|୦୭ : ମଧ୍ୟ ପ୍ରଦେଶର ଛତରାପୁର ଜିଲ୍ଲାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ଏଥିରେ ୮ ଜଣ ବ୍ୟକ୍ତି ଘଟଣାସ୍ଥଳରେ ପ୍ରାଣ ହରାଇଛନ୍ତି । ଛତରପୁର ଜିଲ୍ଲାର ଚନ୍ଦ୍ରନଗର ସ୍ଥିତ ପନ୍ନା ରୋଡରେ ଏହି ଅଭାବନୀୟ ଘଟଣା ଘଟିଛି ।

ସୂଚନାନୁସାରେ, ଛତରାପୁରରୁ ପନ୍ନା ଅଭିମୁଖେ ଏକ ସ୍କର୍ପିଓ ଯାଉଥିଲା । ସେହି ସମୟରେ କାରଟି ସାମ୍ନାରୁ ଆସୁଥିବା ତିନୋଟି ମୋଟରସାଇକେଲକୁ ଧକ୍କା ଦେଇଥିଲା । ଏତେ ଜୋରରେ ଧକ୍କା ଦେଇଥିଲା ଯେ କାର୍ ଓଲଟି ଯାଇଥିଲା । ଏହାସହ ରାସ୍ତା କଡକୁ ମଧ୍ୟ ଖସି ଯାଇଥିଲା ।

ଏହି ସଡକ ଦୁର୍ଘଟଣାରେ ୮ଜଣଙ୍କର ଜୀବନ ଯାଇଛି । ତେବେ ମୃତକଙ୍କ ପରିଚୟ ମିଳିପାରି ନାହିଁ । ମୃତକଙ୍କ ମଧ୍ୟରେ ଅଧିକାଂଶ ଶିଶୁ ଓ ମହିଳା ରହିଛନ୍ତି । ସୂଚନା ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଁଚି ଉଦ୍ଧାରକାର୍ଯ୍ୟ ଆରମ୍ଭ କରିଛି । ଦୁର୍ଘଟଣା ପରେ ରାସ୍ତାରେ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଥିଲା । ରାସ୍ତା ସାରା ମୃତଦେହଗୁଡିକ ପଡିରହିଥିଲା ।

   Related Posts