Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • IIFLରୁ ସୁନା ଲୁଟ୍ ମାମଲା : ଆଉ ୨ ଜଣଙ୍କୁ ବାନ୍ଧିଲା ପୋଲିସ, ମୁଖ୍ୟ କାର୍ପଟଦାର ଲାଲାର ଥିଲେ ସହଯୋଗୀ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୩୦ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୫୦ କରୋନା ସଂକ୍ରମିତ, ୩୧୭୭୮୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • କନ୍ଧମାଳ : କନ୍ଧମାଳରେ ଅପରେସନ ଗ୍ରୀନ କ୍ଲିନ୍ , ପୁଣି ୧୯ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ସୁଶିଲ ମୋଦି ରାଜ୍ୟସଭା ପ୍ରାର୍ଥୀ, ରାମବିଳାସ ପାଶଓ୍ବାନଙ୍କ ସ୍ଥାନରେ ଟିକେଟ୍‌ ଦେଲା ବିଜେପି
  • ||
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||

ମୁହାଁମୁହିଁ ଧକ୍କା ହେଲା ୨ ବାଇକ, ଦୁଇ ଗୁରୁତର

26/06/2020 at 4:03 PM

ନୀଳଗିରି, ୨୬|୦୬ : ବାଲେଶ୍ୱର ଜିଲ୍ଲା ନୀଳଗିରି ବ୍ଲକ ବରମପୁର ଥାନା ଅଧିନ ତେଲିପାଳ ଆଶ୍ରମ ନିକଟରେ ଦୁଇଟି ବାଇକ ସମ୍ନାସାମ୍ନି ଧକ୍କାହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ ଦୁଇ ଜଣ ଆରୋହୀ ଗୁରୁତର ହୋଇଥିବା ବେଳେ ଜଣେ ଆହତ ହୋଇଥିବା ଜଣାପଡିଛି।

ସୂଚନାନୁସାରେ,  ଉପରଡିହା ଗ୍ରାମର ସାରଙ୍ଗ ଧର ସାହୁ ଓ ନବୀନ କୁମାର ସାହୁ ଏକ ବାଇକରେ ନୀଳଗିରି ଆଡୁ ଘରକୁ ଫେରୁଥିଲେ । ସେହି ସମୟରେ ବିପରୀତ ଦିଗରୁ ଆସୁଥିବା ଖନ୍ତାପଡା ଅଞ୍ଚଳର ଶରତ ଚନ୍ଦ୍ର ବେହେରାଙ୍କ ବାଇକ ସହ ଅନ୍ୟ ବାଇକଟି ସାମ୍ନାସାମ୍ନି ଧକ୍କା ହୋଇଥିଲା। ଉଭୟ ବାଇକ ଭାଙ୍ଗିରୁଜି ଯାଇଥିବା ବେଳେ ସାରଙ୍ଗ ଓ ଶରତ ଗୁରୁତର ହୋଇଛନ୍ତି । ସେହିପରି ନବୀନ ମଧ୍ୟ ଆହତ ହୋଇଥିବା ଜଣାପଡିଛି।

ବରମପୁର ପୋଲିସ ପହଁଞ୍ଚି  ତିନିଜଣଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ  ନୀଳଗିରି ଡାକ୍ତରଖାନାକୁ ପଠାଇବା ସହ ଦୁର୍ଘଟଣା ଘଟିଥିବା ବାଇକ ଦୁଇଟିକୁ ଜବତ କରିଛି । ଶରତଙ୍କ ସ୍ୱାସ୍ଥ୍ୟାବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ ବାଲେଶ୍ଵର ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି ।

   Related Posts