Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

ନୂଆ ବର୍ଷରେ ଅଘଟଣ: ଟ୍ରକକୁ ପିଟିଲା କାର, ୩ ଗୁରୁତର, ୨ ଆହତ

1/01/2021 at 6:34 PM

ଚଣ୍ଡିଖୋଲ୧/୧: ନୂଆ ବର୍ଷରେ ଅଘଟଣ। ଯାଜପୁର ଜିଲ୍ଲା ଚଣ୍ଡିଖୋଲ ଛକ ନିକଟରେ ଟ୍ରକ ପଛପଟୁ ଧକ୍କା ଦେଲା କାର। ଏହି ଦୁର୍ଘଟଣାରେ ୩ ଜଣ ଯାତ୍ରୀ ଗୁରୁତର ଏବଂ ୨ ଜଣ ଯାତ୍ରୀ ଆହତ ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ, ମନୋରଞ୍ଜନ ବାରିକ ନାମକ ଜଣେ ବ୍ୟକ୍ତି ପରିବାର ସହ ଯାଜପୁରରୁ ଭୁବନେଶ୍ବର ଫେରିବା ବେଳେ ଚଣ୍ଡିଖୋଲ ଛକ ନିକଟରେ ଥିବା ମିନି ଟ୍ରକପଛକୁ କାର ଧକ୍କା ଦେଇଥିଲା। ଘଟଣାସ୍ଥଳରେ ୩ ଯାତ୍ରୀ ଗୁରୁତର ହୋଇ ପଡିଥିବା ବେଳେ ୨ ଜଣ ଆହତ ହୋଇଛନ୍ତି। ଗୁରୁତରଙ୍କ ମଧ୍ୟରେ ଜଣେ ୭ ବର୍ଷର ଶିଶୁପୁତ୍ର ଥିବା ଜଣାପଡିଛି। ଘଟଣାସ୍ଥଳରେ ଚଣ୍ଡିଖୋଲ ଅଗ୍ନିଶମ ଅଧିକାରୀ ପହଞ୍ଚି ସେମାନଙ୍କୁ ବଡ଼ଚଣା ମେଡିକାଲରେ ଭର୍ତ୍ତି କରିଥିଲେ। ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

   Related Posts