Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ଅନ୍ଧାର ରାତିରେ ମୃତ୍ୟୁ ଯାତ୍ରା: ସ୍ଥାନୀୟ ଲୋକେ କହିଲେ, ‘୧୫ ଜଣଙ୍କ ମୃତ୍ୟୁ’

31/01/2021 at 10:57 PM

ଜୟପୁର୩୧/୧: ମର୍ମନ୍ତୁଦ ଦୁର୍ଘଟଣା। ପିକ୍‌ଅପ୍ ଭ୍ୟାନ୍ ଓଲଟି ଅକାଳରେ ଚାଲିଗଲା ବହୁ ଲୋକଙ୍କ ଜୀବନ। ଗାଡିରେ ୩୦ରୁ ଅଧିକ ଯାତ୍ରୀ ଥିବା ସୂଚନା ମିଳୁଛି। ଅନ୍ୟପଟେ ୭ ଜଣଙ୍କ ମୃତ୍ୟୁ ହୋଇଥିବା କୁହାଯାଉଥିବା ବେଳେ ପୁଣି କେହି କେହି କହୁଛନ୍ତି ୯ ଜଣଙ୍କ ମୃତ୍ୟୁ ହୋଇଛି। ପୁଣି ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ ୧୫ ଜଣଙ୍କ ମୃତ୍ୟୁ ହୋଇଛି। କିନ୍ତୁ ପ୍ରକୃତ କେତେ ଜଣଙ୍କ ମୃତ୍ୟୁ ହୋଇଛି, ତାହା ବର୍ତ୍ତମାନ ସ୍ପଷ୍ଟ ହୋଇ ନାହିଁ। ଗୁରୁତରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଦଶାହ କାର୍ଯ୍ୟ ସାରି ଫେରିବା ବେଳେ ଦୁର୍ଘଟଣା ଘଟିଥିବା କୁହାଯାଉଛି। ପୁଣି ପୁଣି କେହି କେହି କହୁଛନ୍ତି ପିକ୍‌ନିକ୍ ବୁଲି ଫେରିବା ବେଳେ ଏହି ଦୁର୍ଘଟଣା ଘଟିଛି। କେଉଁଆଡୁ ଫେରୁଥିଲେ, ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନାହିଁ। ଜଣେ ନୁହେଁ କି ୨ ଜଣ ଏହି ଦୁର୍ଘଟଣାରେ ବହୁ ଲୋକଙ୍କ ମୃତ୍ୟୁ ହୋଇଥାଇ ପାରେ ବୋଲି ଚର୍ଚ୍ଚା ହେଉଛି।

ଛତିଶଗଡ଼ର କୁଲତା ଗାଁକୁ ଫେରିବା ବେଳେ ଜାତୀୟ ରାଜପତ ୩୨୬ର କୋଟପାଡ଼ ଥାନା ମୂର୍ତ୍ତାହାଣ୍ଡି ନିକଟରେ ଏହି ଦୁର୍ଘଟଣା ଘଟିଛି। ଜୟପୁର ଉପଜିଲ୍ଲାପାଳ, ଏସ୍‌ଡିପିଓ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ସ୍ଥାନୀୟ ଲୋକଙ୍କ ସହ ଅଗ୍ନିଶମ କର୍ମଚାରୀ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଅନ୍ଧାର ଯୋଗୁଁ ଉଦ୍ଧାର କାର୍ଯ୍ୟରେ ବାଧାପ୍ରାପ୍ତ ସୃଷ୍ଟି ହୋଇଛି। ଉକ୍ତ ଭ୍ୟାନ୍‌ରେ ୩୦ରୁ ଅଧିକ ଲୋକ ଥିଲେ। ସଦର ମହକୁମା ହସ୍ପିଟାଲରେ ଆହତଙ୍କୁ ଭର୍ତ୍ତି କରାଯାଇଛି। ପିକ୍‌ଅପ୍‌ର ସ୍ପିଡ୍ ଯୋଗୁଁ ଏଭଳି ଭୟଙ୍କର ଦୁର୍ଘଟଣା ଘଟିଛି। ଏହି ଘଟଣା ପରେ ଘଟଣାସ୍ଥଳ​‌ରେ ପୋଲିସ ସମେତ ସ୍ଥାନୀୟ ପ୍ରଶାସନ ମଧ୍ୟ ପହଞ୍ଚିଛନ୍ତି। ସ୍ପିଡ୍‌ରେ ଆସୁଥିବା ପିକ୍‌ଅପ୍‌ ଭ୍ୟାନ୍‌ଟି  ରାସ୍ତାରେ ବାରହାକୁ ଧକ୍କା ଦେବା ଫଳରେ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି।  

   Related Posts