Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ଘାରୁଛି କରୋନା ମୃତ୍ୟୁ, ସେପଟେ ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୯୧୩ ସଂକ୍ରମିତ
  • ||
  • ଚାଷୀଙ୍କୁ କେନ୍ଦ୍ର ସରକାରଙ୍କ ସହାୟତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍: ଲେଖିଲେ, ଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ୬୦ ହଜାର ୮୩୬ କୋଟି ଟଙ୍କା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟର ୬ ବିଶ୍ବବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତି: ଜାଣନ୍ତୁ କିଏ, କେଉଁଠି
  • ||
  • ବରଗଡ଼: ‘ନୋ କ୍ଲାସ୍ ନୋ ଫି’ ଦାବିରେ ଜିଲ୍ଲାପାଳଙ୍କୁ ଘେରିଲେ କଲେଜ ଛାତ୍ରଛାତ୍ରୀ
  • ||
  • ନାବାଳିକାକୁ ଦୁଷ୍କର୍ମ ପରେ ବିଷ ଦେଇ ହତ୍ୟା କରିଥିଲା ସଂପର୍କୀୟ କକା: ଏମିତି ଅଭିଯୋଗ ନେଇ ଜିଲ୍ଲାପାଳଙ୍କୁ ଘେରିଲେ ମହିଳା
  • ||
  • ମାଲକାନଗିରି :ପଡିଆ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ମେଡିକାଲ ଅଫିସରଙ୍କୁ ଗିରଫ କଲା ଭିଜିଲାନ୍ସ
  • ||
  • ମାଲକାନଗିରି : ଜମିବାଡି ବିବାଦରୁ ହତ୍ୟାକାଣ୍ଡ ! ହତ୍ୟା କରି ଫିଙ୍ଗିଦେଲେ ଘର ଆଗରେ
  • ||
  • ଝାରସୁଗୁଡା : ଟେଣ୍ଟ ହାଉସ୍ ଗୋଦାମରେ ଅଗ୍ନିକାଣ୍ଡ, ୫୦ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡି ଭସ୍ମୀଭୂତ
  • ||
  • ଭୁବନେଶ୍ବର : ଓଟିଭିରୁ ଇସ୍ତଫା ଦେଲେ ନିହାର ରଞ୍ଜନ ଭୂୟାଁ
  • ||
  • କଟକ : ଘରୋଇ ସ୍କୁଲ ଫି’ କମାଇବା ମାମଲା : ଫି’ କେତେ କମିବ ସତ୍ୟପାଠ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
  • ||

ଶୁଦ୍ଧିକ୍ରିୟାରେ ଯୋଗଦେବାକୁ ଗଲାବେଳେ ଦୁର୍ଘଟଣା: ଶଳା ଓ ଭିଣୋଇଙ୍କ ମୃତ୍ୟୁ, ପୁତୁରା ଗୁରୁତର

25/10/2020 at 7:03 PM

କେନ୍ଦୁଝର ୨୫/୧୦ : କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥ ଖିରେଇଟାଙ୍ଗିରୀ ଶିଶୁ ମନ୍ଦିର ନିକଟରେ ଆଜି ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ ହେଇଥିବା ବେଳେ ଜଣେ ଗୁରୁତରଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମୃତକ ହେଲେ ପାଣପଶି ଗ୍ରାମର ଭିଣୋଇ ଭରତ ମହାନ୍ତ ଓ ଶଳା ପ୍ରଫୁଲ୍ଲ ଲୋହାର। ବାଇକ୍ ଚଳାଉଥିବା ପୁତୁରା ଗହ୍ମା ମହାନ୍ତ ଗୁରୁତର ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତୀ ହୋଇଛନ୍ତି। ତିନି ଜଣ ବାଇକ୍ ଯୋଗେ ପାଣପଶି ଗ୍ରାମରୁ ଶୁଙ୍କୁଳାପଶିକୁ ଏକ ଶୁଦ୍ଧିକ୍ରିୟାରେ ଯୋଗଦେବାକୁ ଯାଉଥିବା ବେଳେ ଖିରେଇଟାଙ୍ଗିରୀ ଶିଶୁ ମନ୍ଦିର ନିକଟରେ ଏକ କେଣ୍ଟନର ବାଇକକୁ ଧକ୍କା ଦେଇଥିଲା।

ଧକ୍କା ପରେ ଶଳା ଓ ଭିଣୋଇ କିଛି ଦୂର ଯାଏଁ ରାସ୍ତାରେ ଘୋଷାରି ହୋଇ ଯାଇଥିଲେ। ଯାହାଫଳରେ ଘଟଣାସ୍ଥଳରେ ଶଳା ଓ ଭିଣେଇଙ୍କ ମୃତ୍ୟୁ ହୋଇଥିଲା। କ୍ଷତିପୂରଣ ଓ ବାଇପାସ ଦାବିରେ ଉତ୍ୟକ୍ତ ଲୋକେ ୪୯ ନମ୍ବର ଜାତୀୟ ରାଜପଥକୁ ଖିରେଇଟାଙ୍ଗିରୀ ନିକଟରେ  ଅବରୋଧ କରିଛନ୍ତି। ରାସ୍ତା ଅବରୋଧ ଯୋଗୁଁ ୪୯ ନମ୍ବର ରାଜପଥରେ ଶହ ଶହ ଗାଡି ମୋଟର ଅଟକି ରହିଛି। ଘଟଣା ସ୍ଥଳରେ ତୁରୁମୁଙ୍ଗା ପୋଲିସ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି ଘଟଣା ସ୍ଥଳରେ ଚାପା ଉତ୍ତେଜନା ଲାଗି ରହିଛି।

   Related Posts