Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||

କେଉଁଝରରେ ୨ଟି ଦୁର୍ଘଟଣାରେ ୨ଜଣଙ୍କର ମୃତ୍ୟୁ : ୩ ଗୁରୁତର

26/02/2019 at 8:21 AM

କେଉଁଝର ୨୬/୨ : କେନ୍ଦୁଝରରେ ପୃଥକ ପୃଥକ ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩ ଜଣ ଗୁରୁତର ହୋଇଛନ୍ତି | ମାଟିକାମଡ଼ାର ଗୀତା ହେମ୍ବ୍ରମ ଗତକାଲି କଳିଙ୍ଗ ବୟଜ୍ ହାଇସ୍କୁଲରେ ମାଟ୍ରିକ ପରୀକ୍ଷା ଦେଇ ଘରକୁ ଫେରୁଥିବା ବେଳେ ଏକ ମୋଟର ସାଇକେଲ୍ ତାଙ୍କ ପଛପଟୁ ଆସି ଧକ୍କା ଦେଇଥିଲା । ଦୁର୍ଘଟଣା ଏତେ ଜୋରଦାର ଥିଲା ଯେ ଗୀତାଙ୍କର ମୃତ୍ୟୁ ହୋଇଥିଲା । ସେହିପରି ୪୯ ନମ୍ବର ଜାତୀୟ ରାଜପଥର ତୁରୁମୁଙ୍ଗା ଠାରେ ଏକ ଟ୍ରକ୍ ସହ ମୋଟର ସାଇକେଲ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କୁ ଜିଲ୍ଲାମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ମୃତକ ହଲେ କଣ୍ଟିଆପଡ଼ାର ଦେବାନନ୍ଦ ବେହେରା ।

   Related Posts