Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ଭାରସାମ୍ୟ ହରାଇ ଗଛକୁ ପିଟିଲା ଧାନ ବୋଝେଇ ଟ୍ରକ, ଚାପି ହୋଇଗଲେ ଡ୍ରାଇଭର

9/03/2021 at 9:41 PM

ନୀଳଗିରି,୦୯/୦୩ : ବାଲେଶ୍ଵର ଜିଲ୍ଲାରେ ଏକ ଧାନ ବୋଝେଇ ଟ୍ରକ୍‌ ଗଛରେ ପିଟି ହୋଇଥିବା ଜଣାପଡ଼ିଛି । ନୀଳଗିରିରୁ ଧାନ ବୋଝେଇ କରି ଟ୍ରକଟି ପଞ୍ଚଲିଙ୍ଗେଶ୍ୱର ଅଭିମୁଖେ ଯାଉଥିବା ବେଳେ କଦମସାହି ନିକଟରେ ଏକ ଗଛରେ ପିଟି ହୋଇଥିଲା। ଫଳରେ ଗାଡି ଡ୍ରାଇଭର ଜଣକ ଚାପି ହୋଇଯାଇଥିଲେ।

ଖବର ପାଇ ନୀଳଗିରି ପୋଲିସ, ଅଗ୍ନିଶମ ବିଭାଗ ଓ ଆମ୍ବୁଲାନ୍ସ ପହଞ୍ଚି ଚାପି ହୋଇ ରହିଥିବା ଡ୍ରାଇଭରଙ୍କୁ ବହୁ କଷ୍ଟରେ ଉଦ୍ଧାର କରିଥିଲେ । ପରେ ଦୁର୍ଘଟଣାଗ୍ରସ୍ତ ଡ୍ରାଇଭରଙ୍କୁ ଆମ୍ବୁଲାନ୍ସ ଯୋଗେ ନୀଳଗିରି ମେଡ଼ିକାଲରେ ଭର୍ତ୍ତି କରାଯାଇଛି ।

ତେବେ ଧାନ ବୋଝେଇ ଟ୍ରକ୍‌ଟି ବିପରୀତ ଦିଗରେ ଯିବା ଘଟଣା ଲୋକଙ୍କ ମନରେ ସନ୍ଦେହ ସୃଷ୍ଟି କରିଛି । ପ୍ରଶାସନ ପକ୍ଷରୁ ତଦନ୍ତ କରାଗଲେ ପ୍ରକୃତ କାରଣ ଜଣାପଡ଼ିବ ବୋଲି କୁହାଯାଉଛି।

   Related Posts