Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ ମୁଖ୍ୟ ଶାସନ ସଚିବ
  • ||
  • ଜି.ଉଦୟଗିରି: ମିନିବସରେ ଲାଗିଲା ନିଆଁ
  • ||
  • ଟାଙ୍ଗୀ: ବାଲିନାଶିରେ ୨ ଭାଇଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ ଦୁର୍ବୃତ୍ତ, ଗୁରୁତର ଅବସ୍ଥାରେ ଏମ୍ସରେ ଭର୍ତ୍ତି
  • ||
  • ବଲାଙ୍ଗୀର: ବେଆଇନ୍ ବାଲି ବୋଝେଇ ଟ୍ରାକ୍ଟର ଜବତ, ମାଲିକଙ୍କ ଉପରେ ୨୦ ହଜାର ଟଙ୍କାର ଫାଇନ୍ ଲଗାଇଲେ ତହସିଲଦାର
  • ||
  • ରାଇରଙ୍ଗପୁର: କଲୋନୀରେ ଅଗ୍ନିକାଣ୍ଡ, ଜଳି ପାଉଁଶ ହୋଇଗଲା ୨ ବଖରା ଘର
  • ||
  • ନବରଙ୍ଗପୁର : ନିଖୋଜ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର
  • ||
  • କାମାକ୍ଷାନଗର : ବାଇକ୍‌କୁ ଧକ୍କା ଦେଲା ହାଇଓ୍ବା, ଜଣେ ମୃତ, ଜଣେ ଗୁରୁତର
  • ||
  • ବଲାଙ୍ଗୀର: ଆକ୍ସନ ମୋଡ୍‌ରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ, ଆରମ୍ଭ କଲେ ନୂଆ ପ୍ରକଳ୍ପ
  • ||
  • ବରଗଡ : ବାଲି ବୋଝେଇ ଟ୍ରାକ୍ଟର ଓ ବାଇକ୍ ମୁହାଁମୁହିଁ ଧକ୍କା, ୨ ଜଣ ମୃତ
  • ||
  • ଭୁବନେଶ୍ବର : ମାଟ୍ରିକ୍ ପରୀକ୍ଷାର୍ଥୀଙ୍କୁ ମିଳିବ ‘ପରୀକ୍ଷା ଦର୍ପଣ’, ପରୀକ୍ଷା ପାଇଁ ହେବ ସହାୟକ
  • ||

ଟ୍ରକ ପଛପଟୁ ଧକ୍କା ଦେଲା ଟ୍ରକ, ଡ୍ରାଇଭର-ହେଲ୍‌ପର ଗୁରୁତର

7/01/2021 at 8:40 PM

ସୋର୭/୧: ମର୍ମନ୍ତୁଦ ସଡକ ଦୁର୍ଘଟଣା। ରାସ୍ତାରେ ଛିଡା ହୋଇଥିବା ଟ୍ରକ ପଛରୁ ଧକ୍କା ଦେଲା ଅନ୍ୟ ଏକ ଟ୍ରକ। ଏହି ପଥର ବୋଝେଇ ଟ୍ରକ ତଳେ ଜଣେ ଚାପି ହୋଇ ରହିଛନ୍ତି। ୨ ଜଣଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୋର ବାଗୁଡି ରାସ୍ତା ମାଣତ୍ରୀ ଛକରେ ନିକଟରେ ଏହି ଦୁର୍ଘଟଣା ଘଟିଛି। ବାଲେଶ୍ଵର ଜିଲ୍ଲା ସୋର ଥାନା ମାଣତ୍ରି ଛକ ନିକଟରେ ମାଟି ବୋଝେଇ ଟ୍ରକ ରାସ୍ତାରେ ଠିଆ କରି ପମ୍ପଚର୍ ମାରୁଥିଲା।

ଏହି ସମୟରେ ପଛରୁ ଆସୁଥିବା ଅନ୍ୟ ଏକ ପାହାଡ ମାଟି ବୋଝେଇ ଟ୍ରକ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଧକ୍କା ଦେଇଥିବା ଟ୍ରକର ଡ୍ରାଇଭର୍ ଓ ହେଲ୍‌ପର ଗୁରୁତର ଅବସ୍ଥାରେ ଅଗ୍ନିଶମ ବାହିନୀ ଉଦ୍ଧାର କରି ଅଗ୍ନିଶମ ଆମ୍ବୁଲାନ୍ସ ଯୋଗେ ସୋର ଡାକ୍ତରଖାନାରେ ଭର୍ତ୍ତି କରିଥିବା ବେଳେ ଅନ୍ୟ ଟ୍ରକରେ ୧୫ ଫୁଟ ତଳେ ନୟନଜୋରି ତଳେ ଜଣେ ଚାପି ହୋଇ ରହିଥିବା ଜଣାପଡିଛି। ଗୁରୁତର ଭାବେ ଆହାତ ହୋଇ ଚିକିତ୍ସିତ ହେଉଥିବା ତିଳଦା ଅଞ୍ଚଳର ବସନ୍ତ ମହାନ୍ତି ଏବଂ ଉତ୍ତରେଶ୍ବରର ସୁରେନ୍ଦ୍ର ନାୟକ ବୋଲି ଜଣାପଡିଥିବା ବେଳେ ଅନ୍ୟ ଟ୍ରକ ତଳେ ଚାପି ହୋଇଥିବା ବ୍ୟକ୍ତିଙ୍କ ପରିଚୟ ମିଳିପାରି ନାହିଁ।

   Related Posts