Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ପହଞ୍ଚିଲା ଓମିକ୍ରନ୍‌ ଭ୍ୟାରିଆଣ୍ଟ । କର୍ଣ୍ଣାଟକର ୨ ଜଣ ବ୍ୟକ୍ତି ଓମିକ୍ରନ୍‌ ଭ୍ୟାରିଆଣ୍ଟରେ ସଂକ୍ରମିତ
  • ||
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||

ପୋଖରୀ ଖୋଳାବେଳେ ଓଲଟିଲା ଟ୍ରାକ୍ଟର, ଚାଲିଗଲା ଡ୍ରାଇଭରଙ୍କ ଜୀବନ ‌

4/03/2021 at 4:14 PM

ରାଇରଙ୍ଗପୁର, ୪/୩: ଟ୍ରାକ୍ଟର ତଳେ ଚାପି ହୋଇ ଡ୍ରାଇଭରର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ବରାଜିଆଣି ଗ୍ରାମ ନିକଟରେ ଏପରି ଅଭାବନୀୟ ଘଟଣା ଘଟିଛି ।

ସୂଚନା ଅନୁସାରେ ଗ୍ରାମ ନିକଟରେ ଏକ ପୋଖରୀ ଖଳା କାର୍ଯ୍ୟ କରାଯାଉଥିଲା । ଖୋଳା ଯାଉଥିବା ମାଟି ବୋହିବା ପାଇଁ କିଛି ଟ୍ରାକ୍ଟରକୁ ନିୟୋଜିତ କରାଯାଇଥିଲା ।

ଏହା ଭିତରୁ ଗୋଟିଏ ଟ୍ରାକ୍ଟର ଭାରସାମ୍ୟ ହରାଇ ଓଲଟି ପଡିଥିଲା । ଫଳରେ ଏହାର ଡ୍ରାଇଭର ଟ୍ରାକ୍ଟର ତଳେ ଚାପି ହୋଇ ଯାଇଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ରାଇରଙ୍ଗପୁର ଡାକ୍ତର ଅଣାଯାଇଥିଲା । କିନ୍ତୁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ମୃତ ଡ୍ରାଇଭର ରାଇରଙ୍ଗପୁର ଥାନା ବଡ଼ବାଇକଳାର ରବିନ୍ଦ୍ର ସରଦାର ବୋଲି ଜଣା ପଡ଼ିଛି । ଘଟଣା ସ୍ଥଳରେ ପହଞ୍ଚି ପୋଲିସ ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି ।

   Related Posts