Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଧାରଣ ଜନତାଙ୍କ ପାଇଁ ବଢ଼ିଲା ଚିନ୍ତା : ପିଆଜ କିଲୋ ୧୦୦ ଟଙ୍କା !
  • ||
  • ରାସ୍ତା ଝାଡୁମାରି ପ୍ରଶଂସା ସାଉଁଟିଥିବା ଟ୍ରାଫିକ୍ କନେଷ୍ଟବଳ ଲଳିତ ମୋହନ ରାଉତ ସମ୍ମାନୀତ
  • ||
  • ଲେମ୍ବୁ ପାଣିରେ ସନ୍ଧବ ଲୁଣ ମିଶାଇ ସେବନ କଲେ ନିୟନ୍ତ୍ରଣ ହୋଇଥାଏ ଓଜନ
  • ||
  • ଆକର୍ଷଣୀୟ ଚାକିରୀ: ବିସ୍କୁଟ୍ ଚାଖିବାକୁ ମିଳିବ ୪୦ ଲକ୍ଷ ଟଙ୍କା ଦରମା
  • ||
  • ଭକ୍ତଙ୍କ ପାଇଁ ଖୁସି ଖବର, ପୁରୀ ଶ୍ରୀମନ୍ଦିରରେ ମିଳିବ ମହାପ୍ରସାଦ ମିଳିବ
  • ||
  • ପୂଜା ପାଇଁ କଟକ ସହରରେ ମୁତୟନ ହେବେ ୩୦ପ୍ଲାଟୁନ ପୋଲିସ ଫୋର୍ସ
  • ||
  • ସମ୍ବଲପୁର ପଡିଆବାହଲରେ ଟ୍ରକ୍ ଚାପାରେ ମା’ ଓ ଶିଶୁପୁତ୍ରର ମୃତ୍ୟୁ
  • ||
  • ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ
  • ||
  • ସଞ୍ଜୁ ବାବାଙ୍କ ସ୍ୱାସ୍ଥ୍ୟକୁ ନେଇ ସାମ୍ନାକୁ ଆସିଲା ବଡ ଖବର
  • ||
  • ବ୍ରହ୍ମୋସ୍ ମିସାଇଲ୍ ପରୀକ୍ଷଣରେ ଭିଡିଓ ଜାରି କଲା ଭାରତୀୟ ନୌସେନା
  • ||

ଭୁବନେଶ୍ୱରରେ କଲେଜ ଛାତ୍ରୀଙ୍କୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗ : ଅଭିଯୁକ୍ତ ଗିରଫ

11/11/2019 at 11:06 AM

ଭୁବନେଶ୍ୱର ୧୧/୧୧:  ରାଜଧାନୀ ଭୁବନେଶ୍ୱରରେ ଜଣେ କଲେଜ ଛାତ୍ରୀଙ୍କୁ ଦୁଷ୍କର୍ମ ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି। ଗତକାଲି ବିଳମ୍ବିତ ରାତିରେ ୟୁନିଟ୍‌-୧ ଅଞ୍ଚଳରେ ଏହି ଘଟଣା ଘଟିଛି। ଅଭିଯୁକ୍ତ ଅଜୟ ବାଗରକୁ ପୁଲିସ୍‌  ଗିରଫ କରିଛି।

ସୂଚନା ଅନୁସାରେ, ଛାତ୍ରୀ ଜଣକ ୟୁନିଟ୍‌-୧ ଅଞ୍ଚଳର ଏକ ବସ୍ତିରେ ରହୁଥିଲେ। ଅଜୟ ତାଙ୍କୁ ଆଗରୁ ମଧ୍ୟ ପିଛା କରି ବହୁ ସମୟରେ ଅଶ୍ଲୀଳ ଇଙ୍ଗିତ କରୁଥିଲେ ବୋଲି ଅଭିଯୋଗ ହୋଇଛି। ତେବେ ଗତ ରାତିରେ ସମ୍ପୃକ୍ତ ଛାତ୍ରୀ ଜଣକ ବାହାରକୁ ଯାଇଥିଲେ। ଏହାର ସୁଯୋଗ ନେଇ ଅଜୟ ଛାତ୍ରୀଙ୍କୁ ଉଠାଇ ନେଇ ଦୁଷ୍କର୍ମ ଉଦ୍ୟମ କରିଥିଲେ। ଏହି ସମୟରେ ଛାତ୍ରୀ ଜଣକ ଜୋରରେ ଚିତ୍କାର କରିବାରୁ ସେ ଫେରାର ହୋଇଯାଇଥିଲେ।

ଏହି ଘଟଣାକୁ ନେଇ ସମ୍ପୃକ୍ତ ଛାତ୍ରୀ ଜଣକ କ୍ୟାପିଟାଲ ଥାନାରେ ଅଭିଯୋଗ କରିଥିଲେ।  ପୁଲିସ୍‌ ଏକ ଟିମ୍‌ ଗଠନ କରି ଘଟଣା ଘଟିଥିବା ସ୍ଥାନରେ ଥିବା ଆଖପାଖ ବସ୍ତି ଉପରେ ଚଢ଼ଉ କରି ଅଜୟକୁ ଗିରଫ କରିଥିଲା।

ଅଜୟର ଘର ପଶ୍ଚିମବଙ୍ଗରେ। ତେବେ ସେ ଭୁବନେଶ୍ୱରରେ ରହି ରଙ୍ଗ ମିସ୍ତ୍ରୀ ଭାବେ କାମ କରୁଥିଲେ।

   Related Posts