Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାରିପଦା : ଦିନ ଦ୍ବିପ୍ରହରରେ ଲୁଟ୍, ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ
  • ||
  • ବାରିପଦା : ୪୦ ଲକ୍ଷ ଟଙ୍କାର ଧଳା ଜହର ଜବତ, ଜଣେ ଗିରଫ
  • ||
  • ଖୋର୍ଦ୍ଧା : ଅଟୋ ଓ କାର୍ ମୁହାଁମୁହିଁ ଧକ୍କା, ୮ ଆହତ
  • ||
  • ଝାରସୁଗୁଡା : ଜାଲ୍ ନୋଟ୍ କାରବାରର ପର୍ଦ୍ଦାଫାଶ, ୫୭ହଜାର ଟଙ୍କାର ନକଲି ନୋଟ୍ ଜବତ, ରେଳବାଇ କର୍ମଚାରୀ ଗିରଫ
  • ||
  • ପୁରୀ : ମହାପ୍ରଭୁଙ୍କ ଦର୍ଶନ ପାଇଁ ବ୍ୟାରିକେଡ଼ରେ କରିଥିଲେ ଅପେକ୍ଷା, ହଠାତ୍ ଅସୁସ୍ଥ ହୋଇପଡିଲେ ଭକ୍ତ
  • ||
  • ଅନୁଗୋଳ : ଅନନ୍ତ କୋଇଲା ଖଣିରେ ଅଘଟଣ, କୋଇଲା ଲୋଡିଂ ବେଳେ ପୋତିହୋଇଗଲେ ଜଣେ
  • ||
  • ବ୍ରହ୍ମପୁର : ଭିଜିଲାନ୍ସ ପଞ୍ଝାରେ ଆରଆଇ, ଜମି ନିର୍ଦ୍ଧାରଣ ପାଇଁ ୫ ହଜାର ଟଙ୍କା ନେବାବେଳେ ଧରାପଡିଲେ
  • ||
  • ଭୁବନେଶ୍ବର : ଦିନରେ ରଙ୍ଗମିସ୍ତ୍ରୀ, ରାତିରେ ଚୋରୀ, ୫ ବର୍ଷ ଧରି ଖୋଜୁଥିଲା ପୋଲିସ, ଶେଷରେ ଧରାପଡିଲା
  • ||
  • କଟକ : ରମଜାନ ପାଇଁ ସିଏମସିର ଗାଇଡ୍‌ଲାଇନ୍, ନମାଜ ପାଠ ପାଇଁ ୧୦୦ ଲୋକଙ୍କୁ ଅନୁମତି
  • ||
  • ଜଳେଶ୍ବର : ନଦୀ ପଠାରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଠାବ, ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ ବାପଘର
  • ||

୩ ବିଜେପି ବିଧାୟକ ସସ୍‌ପେଣ୍ଡ : ବାଚସ୍ପତିଙ୍କ ଉପରକୁ ଫିଙ୍ଗିଥିଲେ ଜୋତା ଏବଂ ମାଇକ୍‌‌

3/04/2021 at 5:30 PM

ଭୁବନେଶ୍ବର ୦୩/୦୪ : ବିଧାନସଭାରେ ବାଚସ୍ପତିଙ୍କ ଉପରକୁ ଚପଲ ଫିଙ୍ଗିବା ଘଟଣାରେ କାର୍ଯ୍ୟାନୁଷ୍ଠାନ । ବିଜେପିର ୩ ଜଣ ବିଧାୟକଙ୍କୁ ବାଚସ୍ପତି ସସ୍‌ପେଣ୍ଡ କରିଥିବା ସୂଚନା ମିଳିଛି । ୩ ବିଜେପି ସଦସ୍ୟ ବିରୋଧୀ ଦଳ ଉପ ନେତା ବିଷ୍ଣୁ ସେଠୀ, ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ, ବିଧାୟକ ଜୟ ନାରାୟଣ ମିଶ୍ରଙ୍କୁ ସସ୍‌ପେଣ୍ଡ କରିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ଚଳିତ ଅଧିବେଶନ ପାଇଁ ବିଧାନସଭାରୁ ୩ ବିଜେପି ବିଧାୟକଙ୍କୁ ସସ୍‌ପେଣ୍ଡ କରାଯାଇଛି ।

ସେପଟେ ୩ ବିଧାୟକଙ୍କୁ ବାଚସ୍ପତି ସସ୍‌ପେଣ୍ଡ କରିବା ପ୍ରତିବାଦରେ ଗୃହରେ କକ୍ଷ ତ୍ୟାଗ କରିଛନ୍ତି ବିଜେପି ସଦସ୍ୟ । ଏହା ସହିତ ବିଧାନସଭା ପରିସରରେ ଥିବା ଗାନ୍ଧି ମୂର୍ତ୍ତି ତଳେ ଧାରଣା ଦେଇଛନ୍ତି ବିଜେପି ବିଧାୟକ ।

ଉଲ୍ଲେଖଯୋଗ୍ୟ ଯେ, ବିଧାନସଭାରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ଲକ୍ଷ୍ୟ କରି ଚପଲ ଫିଙ୍ଗିଥିଲେ ବିଜେପି ସଦସ୍ୟ । ବରିଷ୍ଠ ବିଜେପି ବିଧାୟକ ଜୟନାରାୟଣ ମିଶ୍ର ଓ ବିଷ୍ଣୁ ସେଠୀ ଚପଲ ଫିଙ୍ଗିଥିବା ଜଣାପଡିଥିଲା । କେବଳ ସେତିକି ନୁହେଁ ବିଜେପି ବିଧାୟକ ମୋହନ ମାଝୀ ମଧ୍ୟ ବାଚସ୍ପତିଙ୍କୁ ଲକ୍ଷ୍ୟ କରି ପୋଡିୟମ୍ ଉପରକୁ ଇୟରଫୋନ୍ ଓ କାଗଜ ଫିଙ୍ଗିଥିବା ଦେଖିବାକୁ ମିଳିଥିଲା ।

   Related Posts