Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ଅପ୍‌ଡେଟ୍‌: ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବାତିଲ୍‌ ହେଲା ଟ୍ରେନ୍‌
  • ||
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||

ମନୀଷ ଅନୁରାଗ ହତ୍ୟା ମାମଲା: କନେଷ୍ଚେବଳ ପ୍ରସନ୍ନ ବେହେରା ଚାକିରିରୁ ବହିଷ୍କୃତ

24/10/2021 at 7:21 PM

ଭୁବନେଶ୍ୱର, ୨୪/୧୦: ବହୁ ଚର୍ଚ୍ଚିତ ମନୀଷ ଅନୁରାଗ ହତ୍ୟା ମାମଲାରେ କନେଷ୍ଚେବଳ ପ୍ରସନ୍ନ ବେହେରାଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି । ମନୀଷଙ୍କ ହତ୍ୟା ସାଉଥ୍‌ ସିଟି ହୋଟେଲ୍‌ର ବିଲ୍ ପେମେଣ୍ଟକୁ ନେଇ ହୋଇଥିଲା । ଏହି ହୋଟେଲ୍‌ ବେଆଇନ୍‌ ଭାବେ ଚାଲିଥିଲା । ଏଥିରେ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ଭୁବନେଶ୍ୱର ଡିସିପି । ପ୍ରସନ୍ନଙ୍କ ନାମରେ ୮ଟି ବିଭାଗୀୟ ପ୍ରୋସିଡିଂ ଚାଲିଥିଲା । ତାଙ୍କ ନାମରେ ୫ଟି ଫୌଜଦାରୀ ମାମଲା ମଧ୍ୟ ରହିଛି । ଗତକାଲି ପ୍ରସନ୍ନଙ୍କୁ ଗିରଫ କରିଥିଲା କମିଶନରେଟ୍‌ ପୋଲିସ୍‌ । ଧାରା ୩୧୧ (୨)(ବି)ରେ ଡିସିପି ତାଙ୍କୁ ଚାକିରିରୁ ବହିଷ୍କାର କରିଛନ୍ତି ।

ଗିରଫର ଦିନକ ପୂର୍ବରୁ କନେଷ୍ଟବଳ ପ୍ରସନ୍ନ ବେହେରାଙ୍କୁ ନିଲମ୍ବନ କରାଯାଇଥିଲା । ଭୁବନେଶ୍ବର କମିଶନରେଟ୍ ହାବିଲଦାର ଓ କନେଷ୍ଟବଳ ସଂଘର ସଭାପତି ହେଉଛନ୍ତି ପ୍ରସନ୍ନ । ମନୀଷ ମୃତ୍ୟୁ ମାମଲାର ତଦନ୍ତ ଆଧାରରେ ଡିସିପି ତାଙ୍କୁ ଚାକିରିରୁ ବିଦା କରିଛନ୍ତି । ବିଳମ୍ବିତ ରାତି ଯାଏଁ ଓ କର୍ଫ୍ୟୁ ନିୟମ ଉଲଘଂନ କରି ବାର୍ ଓ ଡ୍ୟାନ୍ସ ବାର୍ ଚାଲିବା ଅଭିଯୋଗରେ କାର୍ଯ୍ୟାନୁଷ୍ଠାନ ନିଆଯାଇଥିଲା ।

   Related Posts