Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ବିମାନ ଦୁର୍ଘଟଣାରେ ‘ଟାର୍ଜନ’ ଫେମ୍ ଅଭିନେତା ଜୋ ଲାରାଙ୍କ ମୃତ୍ୟୁ: ପତ୍ନୀଙ୍କ ସମେତ ଅନ୍ୟ ୫ ଜଣ ନିହତ ସୂଚନା

31/05/2021 at 12:01 PM

ନୂଆଦିଲ୍ଲୀ ୩୧/୦୫: ହଲିଉଡ ଇଣ୍ଡଷ୍ଟ୍ରିରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ଫିଲ୍ମ ‘ଟାର୍ଜନ ଇନ୍ ମ୍ୟାନହଟନ୍’ରେ ଟାର୍ଜନ ଭୂମିକାରେ ଅଭିନୟ କରିଥିବା ଅଭିନେତା ଜୋ ଲାରାଙ୍କର ୫୮ ବର୍ଷ ବୟସରେ ଦେହାନ୍ତ ହୋଇଛି। ବିମାନ ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ଘଟିଛି। ପ୍ଲେନରେ ଅଭିନେତା ଏବଂ ତାଙ୍କ ପତ୍ନୀଙ୍କ ସମେତ ୫ ଜଣ ଥିଲେ।

PunjabKesari

ସୂଚନା ଅନୁଯାୟୀ, ଶନିବାର ଦିନ ଆମେରିକାର ଟେନେସି ହ୍ରଦରେ ଏକ ବିମାନ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜୋ ଲାରାଙ୍କ ପତ୍ନୀ ଗ୍ୱେନ୍ ଶ୍ୟାମ୍ବଲିନଙ୍କ ସମେତ ୫ ଜଣ ନିହତ ହୋଇଥିବା ସୂଚନା ମିଳିଛି। କୁହାଯାଉଛି ଯେ ଜେଟରେ ଅନ୍ୟ ୫ ଜଣ ମଧ୍ୟ ଲାରାଙ୍କ ସହ ଯାତ୍ରା କରୁଥିଲେ। ଏଥିସହିତ ଉଦ୍ଧାରକାରୀ ଦଳ ୭ ଜଣଙ୍କୁ ଉଦ୍ଧାର କରିଛନ୍ତି। ଉଦ୍ଧାର କାର୍ଯ୍ୟ ଜାରି ରହିଛି ଏବଂ ପୋଲିସ ମଧ୍ୟ ଘଟଣାର ତଦନ୍ତ କରୁଛି।

PunjabKesari

ଜୋଲାରା ୧୯୮୯ ରେ ଫିଲ୍ମ ‘ଟାର୍ଜନ ଇନ୍ ମ୍ୟାନହଟନ୍’ରେ ଟାର୍ଜନ ଭୂମିକାରେ ଅଭିନୟ କରିଥିଲେ। ଏହା ପରେ ସେ ଟିଭି ସିରିଜ୍ ‘ଟାର୍ଜନ: ଦି ଏପିକ୍ ଆଡଭେଞ୍ଚର୍ସ’ରେ ମଧ୍ୟ କାମ କରିଥିଲେ । ଏହି ସିରିଜରେ ଜୋ ଲାରାଙ୍କ ଅଭିନୟକୁ ଲୋକମାନେ ଭଲ ପାଉଥିଲେ । ଲାରା ସଙ୍ଗୀତରେ କ୍ୟାରିୟର କରିବାକୁ ଚାହୁଁଥିବାରୁ ୨୦୦୨ ମସିହାରେ ଅଭିନୟ ଦୁନିଆରୁ ବିଦାୟ ନେଇଥିଲେ ।

   Related Posts