Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଜିବ ଓ ରଶିଦଙ୍କ ଘାତକ ବୋଲିଂ, ସ୍କଟଲାଣ୍ଡକୁ ୧୩୦ ରନରେ ହରାଇଲା ଆଫଗାନିସ୍ତାନ
  • ||
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

କରୋନା ସଂକ୍ରମିତ ହେଲେ ଅଭିନେତା ରବି ଦୁବେ, କିଛି ଦିନ ପୂର୍ବରୁ ନେଇଥିଲେ ଭ୍ୟାକ୍ସିନ୍

11/05/2021 at 11:40 AM

ମୁମ୍ବାଇ ୧୧/୦୫: କରୋନା ମହାମାରୀର ଦ୍ୱିତୀୟ ଲହରର ପ୍ରଭାବ ବଲିଉଡ ଏବଂ ଟିଭି ଇଣ୍ଡଷ୍ଟ୍ରିରେ ଦେଖାଯାଉଛି । ବର୍ତ୍ତମାନ ପର୍ଯ୍ୟନ୍ତ ଅନେକ ସେଲିବ୍ରେଟ୍ କରୋନା ସଂକ୍ରମିତ ହୋଇସାରିଲେଣି । ଏଥିସହିତ ଟିଭି ଅଭିନେତା ରବି ଦୁବେ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି। ଗତକାଲି ରାତିରେ ଅଭିନେତା ସୋସିଆଲ ମିଡିଆ ମାଧ୍ୟମରେ ତାଙ୍କ କରୋନା ପଜିଟିଭ ବିଷୟରେ ସୂଚନା ଦେଇଛନ୍ତି। ଏଥି ସହିତ ଅଭିନେତା ତାଙ୍କ ସମ୍ପର୍କରେ ଆସିଥିବା ଲୋକଙ୍କୁ ଟେଷ୍ଟ କରାଇନେବାକୁ  ନିବେଦନ କରିଛନ୍ତି।

PunjabKesari

ରବି ଦୁବେ ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଏକ ପୋଷ୍ଟ ସେୟାର କରିଛନ୍ତି। ଯେଉଁଥିରେ ସେ ଲେଖିଛନ୍ତି, ‘ମୋର ରିପୋର୍ଟ ପଜିଟିଭ୍ ଆସିଛି । ଗତ କିଛିଦିନ ମଧ୍ୟରେ ଯେଉଁମାନେ ମୋ ସମ୍ପର୍କରେ ଆସିଛନ୍ତି, ସେମାନେ ନିଜର ଯତ୍ନ ନିଅନ୍ତୁ ଏବଂ ନିଜର ଲକ୍ଷଣ ପ୍ରତି ଧ୍ୟାନ ଦିଅନ୍ତୁ । ମୁଁ ନିଜକୁ ଆଇସୋଲେଟ କରିନେଇଛି ଏବଂ ମୋର ନିକଟତମ ଏବଂ ପ୍ରିୟଜନଙ୍କ ଯତ୍ନରେ ମୁଁ ସୁରକ୍ଷିତ ଅଛି । ସୁରକ୍ଷିତ ରୁହନ୍ତୁ, ପଜିଟିଭ ରୁହନ୍ତୁ । ‘

ଅଭିନେତା କିଛି ଦିନ ପୀର୍ବରୁ ଭ୍ୟାକ୍ସିନର ପ୍ରଥମ ଡୋଜ୍ ନେଇଥିଲେ। ଏହା ସତ୍ତ୍ୱେ ସେ କରୋନା ସଂକ୍ରମିତ ହୋଇଛନ୍ତି। ରବି ଦୁବେଙ୍କ କରୋନା ପଜିଟିଭ୍ ଖବର ଆସିବା ପରେ ତାଙ୍କ ଫ୍ୟାନ୍ସ ଏବଂ ଅନେକ ସେଲିବ୍ରେଟ୍ ଅଭିନେତାଙ୍କ ଶୀଘ୍ର ସୁସ୍ଥ ହେବା ପାଇଁ ପ୍ରାର୍ଥନା କରୁଛନ୍ତି।

   Related Posts