Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିରାଟ ବାହିନୀ ଚିତ୍‌ପଟାଙ୍ଗ, ଭାରତକୁ ୫୧ ରନରେ ହରାଇ ସିରିଜ୍ ହାତେଇଲା ଅଷ୍ଟ୍ରେଲିଆ
  • ||
  • କାର୍ତ୍ତିକ ପୂର୍ଣ୍ଣିମାରେ ପବିତ୍ର ଗଙ୍ଗା ସ୍ନାନକୁ ନେଇ ଦୁଇ ଦିନ ପାଇଁ ହରିଦ୍ୱାର ସୀମା ସିଲ୍
  • ||
  • ହାଡଭଙ୍ଗା ଶୀତ ଯୋଗୁଁ ମନାଲିରେ ଜଣକର ମୃତ୍ୟୁ, ଜିରୋ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଡାଲିରେ ୧୫ ଟଙ୍କା ରିହାତି ଦେବେ ସରକାର
  • ||
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||
  • ଭୁବନେଶ୍ୱର : ବିଜେଡିରୁ ବହିଷ୍କୃତ ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ
  • ||

ଅଭିନେତ୍ରୀ ଭାରତୀ ସିଂଙ୍କ ସ୍ୱାମୀ ହର୍ଷ ଗିରଫ, ଘରୁ ଜବତ ହୋଇଥିଲା ଗଞ୍ଜେଇ

22/11/2020 at 9:34 AM

ମୁମ୍ବାଇ,୨୨/୧୧:  ହାସ୍ୟ ଅଭିନେତ୍ରୀ ଭାରତୀ ସିଂ ଗିରଫ ହେବା ପରେ ଏନସିବି ତାଙ୍କ ପତି ତଥା ଆଙ୍କର୍ ହର୍ଷ ଲିମ୍ବୋଚିଆଙ୍କୁ ଗିରଫ କରିଛି । ଘରୁ ୮୬.୫ ଗ୍ରାମର ଗଞ୍ଜେଇ ମିଳିବା ପରେ ହର୍ଷଙ୍କୁ ଗିରଫ କରାଯାଇଛି । ଉଭୟ ପତି ଓ ପତ୍ନୀ ଏନସିବି ଆଗରେ ନିଶାଦ୍ରବ୍ୟ ସେବନ କରୁଥିବା ସ୍ୱୀକାର କରିଥିଲେ ।

ସୂଚନା ଅନୁସାରେ, ଏନସିବି ହର୍ଷଙ୍କୁ ଗିରଫ କରିଛି । ଭାରତୀ ସିଂଙ୍କ ପତି ହର୍ଷଙ୍କୁ ଏନସିବି ୧୮ ଘଣ୍ଟା ଧରି ଜେରା କରିବା ପରେ ଗିରଫ କରିଥିଲା । ଏହାପୂର୍ବରୁ ଶନିବାର ଭାରତୀଙ୍କୁ ଗିରଫ କରାଯାଇଥିଲା । ରବିବାର ତାଙ୍କୁ ଏନଡିପିଏସ କୋର୍ଟରେ ହାଜର କରାଯିବ ।

ଶନିବାର ସକାଳୁ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ବା ଏନସିବି କମେଡ଼ିଆନ୍ ଭାରତୀ ସିଂହ ଏବଂ ତାଙ୍କ ସ୍ବାମୀ ହର୍ଷ ଲିମ୍ବାଚିଆଙ୍କ ମୁମ୍ବାଇ ସ୍ଥିତ ଫ୍ଲାଟରେ ଚଢ଼ାଉ କରିଥିଲା। ଏଜେନ୍ସି ଦ୍ବାରା ଅନ୍ଧେରୀ, ଲୋଖଣ୍ଡଓ୍ବାଲା ଏବଂ ଭର୍ସୋଭା ସହିତ ୩ଟି ଅଲଗା ଅଲଗା ସ୍ଥାନରେ ଚଢ଼ାଉ କରାଯାଇଥିବା ଯାଞ୍ଚ ଏଜେନ୍ସି ସୂଚନା ଦେଇଥିଲା । ତେବେ ଭାରତୀ ସିଂହଙ୍କ ଘରୁ ଗଞ୍ଜେଇ ଜବତ ହେବା ପରେ ଏନସିବି ତାଙ୍କୁ ଗିରଫ କରିଥିଲା।

ସୂଚନାଯୋଗ୍ୟ, ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ପରଠୁ ସାମନାକୁ ଆସିଥିବା ଡ୍ରଗ୍ସ ଆଙ୍ଗଲରେ ଏନସିବି ଲଗାତାର ଚଢ଼ାଉ ଜାରି ରଖିଛି।ଏହା ପୂର୍ବରୁ ଡ୍ରଗ୍ସ ମାମଲାରେ ଶୁକ୍ରବାର ଅଭିନେତା ଅର୍ଜୁନ ରାମପାଲ ଏନସିବି ଅଫିସ୍ ପହଞ୍ଚିଥିଲେ। ସେଠାରେ ତାଙ୍କୁ ଡ୍ରଗ୍ସ ମାମଲାରେ ଘଣ୍ଟା ଘଣ୍ଟା ଧରି ପଚରାଉଚୁରା କରିଥିଲା ଏନସିବି। 

   Related Posts