Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ‘ଇତିହାସରେ ହୋଇଥିବା ଭୁଲଗୁଡିକୁ ଏବେ ସୁଧାରୁଛି ଭାରତ’, କଂଗ୍ରେସକୁ ଟାର୍ଗେଟ୍ କରି ବର୍ଷିଲେ ପ୍ରଧାନମନ୍ତ୍ରୀ ମୋଦି
  • ||
  • ରବିବାର ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୮୪୧ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୫୩୨ ଜଣ ଡିସଚାର୍ଜ
  • ||
  • ଅଭିଯୁକ୍ତକୁ ଉଠାଇ ଆଣିବାରୁ ଥାନା ପରିସରରେ ତୁମୁଳକାଣ୍ଡ, ଗ୍ରାମବାସୀ ଓ ପୋଲିସ ମାରପିଟ
  • ||
  • ବିପୁଳ ପରିମାଣର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଭୁଶୁଡିଯିବ ଘାଘରା ପୋଲ ! ବିପଦରେ ଶହଶହ ଯାତ୍ରୀଙ୍କ ଜୀବନ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୦କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୫୨୦ କୋଭିଡ୍ ପଜିଟିଭ୍, ୧୨୦୪୬୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ କରୋନା ବେଲଗାମ୍ : ଆଉ ୧୩ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ଚର୍ଚ୍ଚାରେ ବଡପୋଖରୀଆ ପଞ୍ଚାୟତ : ପ୍ରତିଦ୍ୱନ୍ଦ୍ୱିତା ହେଲାନି, ନିର୍ଦ୍ୱନ୍ଦ୍ୱରେ ଚୟନ ହେଲେ ସରପଞ୍ଚ ଏବଂ ଓ୍ୱାର୍ଡ ମେମ୍ବର
  • ||
  • ରବିବାରଠୁ ବଢିବ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||

୨୦୦ କୋଟି ଠକେଇ ମାମଲା: ଅଭିନେତ୍ରୀ ଜ୍ୟାକଲିନ୍ ଫର୍ଣ୍ଣାଣ୍ଡିଜଙ୍କୁ ପଚରାଉଚରା ପରେ ଛାଡିଦେଲା ଇଡି

6/12/2021 at 8:33 AM

ମୁମ୍ୱାଇ ୦୬/୧୨: ମୁମ୍ବାଇ ବିମାନବନ୍ଦରରେ ହଟହଟା ହେଲେ ଅଭିନେତ୍ରୀ ଜ୍ୟାକଲିନ ଫର୍ଣ୍ଣାଣ୍ଡିଜ୍‌ । ବିମାନବନ୍ଦରରେ ତାଙ୍କୁ ଅଟକ ରଖିବା ପରେ ଛାଡିଦେଇଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । କେବଳ ସେତିକି ନୁହେଁ ଏମିକି ବିଦେଶ ଯିବାକୁ ବି ଅନୁମତି ମିଳିଛି । ସେ ଦୁବାଇରେ ଏକ ଶୋ’ରେ ଯୋଗଦେବାକୁ ଯାଉଥିଲେ । କୁଖ୍ୟାତ ଠକ ସୁକେଶ ଚନ୍ଦ୍ରଶେଖରଙ୍କ ସହ ତାଙ୍କର ଲିଙ୍କ୍‌ ଜଣାପଡିବା ପରେ ତାଙ୍କୁ ଅଟକ ରଖାଯାଇଥିଲା । ପୂର୍ବରୁ ଜ୍ୟାକଲିନ୍‌ଙ୍କ ବିରୋଧରେ ଲୁକ୍‌ ଆଉଟ୍‌ ନୋଟିସ୍‌ ଜାରି କରାଯାଇଥିଲା ।

ସେ ଦୁବାଇ ଯିବା ଲାଗି ବିମାନବନ୍ଦରରେ ପ୍ରସ୍ତୁତ ହେଉଥିଲା ବେଳେ ତାଙ୍କୁ ଜଣେ ଇମିଗ୍ରେସନ ଅଧିକାରୀ ଅଟକାଇଥିଲେ । ତାଙ୍କ ବିରୋଧରେ ଇଡି ପକ୍ଷରୁ ଲୁକ୍‌ ଆଉଟ ନୋଟିସ୍‌ ଜାରି କରାଯାଇଥିବା ସୂଚନା ଦିଆଯାଇଥିଲା । ଏଥିସହ ସମ୍ପୃକ୍ତ ଅଧିକାରୀ ଜଣକ ଇଡିକୁ ସୂଚନା ଦେଇଥିଲେ । ଇଡି ଅଧିକାରୀମାନେ ପହଞ୍ଚି ତାଙ୍କୁ ସେଠାରୁ ଘରକୁ ଫେରାଇ ଦେଇଥିଲେ ।

୨୦୦ କୋଟି ଟଙ୍କାର ମନି ଲଣ୍ଡରିଂ ମାମଲାରେ ଚନ୍ଦ୍ରଶେଖର ଓ ଅନ୍ୟମାନଙ୍କ ବିରୋଧରେ ଇଡି ପକ୍ଷରୁ ଦିଲ୍ଲୀ କୋର୍ଟରେ ଚାର୍ଜସିଟ୍‌ ଦାଖଲ ହୋଇଛି । ତିହାର ଜେଲ୍‌ରେ ଥିବା ବେଳେ ଜଣେ ବ୍ୟବସାୟୀଙ୍କ ପତ୍ନୀଙ୍କ ଠାରୁ ଚନ୍ଦ୍ରଶେଖର ୨୦୦ କୋଟି ଟଙ୍କା ଠକି ନେଇଥିବାର ଅଭିଯୋଗ ହୋଇଛି । ଚନ୍ଦ୍ରଶେଖରଙ୍କ ସହିତ ଜ୍ୟାକଲିନ୍‌ଙ୍କ ଆର୍ଥିକ କାରବାର ହୋଇଥିବାର ଇଡି ତଦନ୍ତରୁ ଜାଣିବାକୁ ପାଇଥିଲା ।

ଏପରିକି ଜ୍ୟାକଲିନ୍‌ଙ୍କୁ ୧୦ କୋଟି ଟଙ୍କାର ବିଭିନ୍ନ ଉପହାର ମଧ୍ୟ ଚନ୍ଦ୍ରଶେଖର ଦେଇଛି । ଏହି ଉପହାର ମଧ୍ୟରେ ରହିଛି ୫୨ ଲକ୍ଷ ଟଙ୍କାର ଏକ ଘୋଡା ଓ ୯ ଲକ୍ଷ ଟଙ୍କାର ଏକ ପର୍ସିଆନ ବିଲେଇ । ସେହିଭଳି ଏହି ମାମଲାରେ ଅଭିନେତ୍ରୀ ନୋରା ଫତେହିଙ୍କ ନାମ ସାମ୍‌ନାକୁ ଆସିଛି । ନୋରାଙ୍କୁ ଚନ୍ଦ୍ରଶେଖର ଏକ ଦାମୀ କାର୍‌ ଉପହାର ଦେଇଥିବା ଜେରା ବେଳେ ପ୍ରକାଶ କରିଥିଲା । ପୂର୍ବରୁ ନୋରାଙ୍କୁ ଇଡି ଜେରା କରିସାରିଛି ।

   Related Posts