Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନକଲି ଘିଅ କାରଖାନାରେ ରେଡ୍‌, ମାଲିକ ଫେରାର
  • ||
  • ବିଧାନସଭା ଆଗରେ ମାଆ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ସ୍ପଷ୍ଟୀକରଣ ରଖିଲା ଜଗତସିଂହପୁର ପୋଲିସ
  • ||
  • ଲିଭର ପ୍ରତ୍ୟାରୋପଣ ପାଇଁ ସମ୍‌ ହସ୍ପିଟାଲ ଓ ଏସିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ବୁଝାମଣା ସ୍ଵାକ୍ଷରିତ
  • ||
  • ଆନ୍ଦୋଳନରତ କୃଷକଙ୍କୁ ଗୃହ ମନ୍ତ୍ରୀ ଶାହାଙ୍କ ସନ୍ଦେଶ, ସରକାର ଆପଣଙ୍କ ଦାବି ଓ ସମସ୍ୟା ଉପରେ ଆଲୋଚନା କରିବାକୁ ପ୍ରସ୍ତୁତ
  • ||
  • ଡିସେମ୍ବର ମାସ ପାଇଁ ଗାଇଡ୍‌ ଲାଇନ୍ ଜାରି କଲେ ରାଜ୍ୟ ସରକାର
  • ||
  • ଭାଇ ହେଲା ଭଗାରୀ: ଜମିବାଡି ଲୋଭରେ ନିଜ ରକ୍ତ ସଂପର୍କର ଭାଇ-ପୁତୁରାକୁ ଦେଲା ହାଣି
  • ||
  • ଅଭୟକାନ୍ତଙ୍କ ଲିଙ୍କ୍‌ର ଖୋଳତାଡ଼: ସମସ୍ତଙ୍କୁ ଯିବ ନୋଟିସ୍, କିଏ ବଫାଦାର- କିଏ ଗଡ଼ ଫାଦର?
  • ||
  • ପରୀ ହତ୍ୟା ମାମଲା: ଅରୁଣ ବୋଥ୍ରାଙ୍କ ନେତୃତ୍ବରେ ୫ ଜଣିଆ ଏସ୍‌ଆଇଟି ଟିମ୍‌ ଗଠିତ, ହାଇକୋର୍ଟଙ୍କୁ ଅବଗତ କଲେ ସରକାର
  • ||
  • ସୋର : ବେଙ୍ଗାଲୁରୁରୁ ଲୁଟ୍ ହୋଇଥିବା ୪ଲକ୍ଷ ଟଙ୍କା ମିଳିଲା ଚାଉଳ ଡବାରୁ
  • ||
  • ତେଲକୋଇ : ମଞ୍ଚାରେ ଶୋଇଥିବା ବେଳେ ଲାଗିଗଲା ନିଆଁ, ପୋଡି ହୋଇ ମହିଳା ଗୁରୁତର
  • ||

ବିଧାନସଭାରେ ଅତିରିକ୍ତ ବଜେଟ୍: ୧୧ ହଜାର ୨୦୦ କୋଟି ଟଙ୍କାର ବ୍ୟୟ ବରାଦ, ଖାଦ୍ୟ-ସ୍ଵାସ୍ଥ୍ୟ ଓ ଶିକ୍ଷା ଉପରେ ଗୁରୁତ୍ଵ

20/11/2020 at 5:39 PM

ଭୁବନେଶ୍ଵର ୨୦।୧୧: ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ଶୁକ୍ରବାର ବିଧାନରେ ଅତିରିକ୍ତ ବଜେଟ୍ ଉପସ୍ଥାପିତ  ହୋଇଛି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବଜେଟରେ ୧୧ ହଜାର ୨୦୦ କୋଟି ଟଙ୍କାର ବ୍ୟୟ ବରାଦ କରିଛନ୍ତି। କୋଭିଡର ଗମ୍ଭୀର ପରିସ୍ଥିତିରେ ଜୀବନ ଓ ଜୀବିକାକୁ ବେଶ ଗୁରୁତ୍ୱ ଦେଇଛନ୍ତି ରାଜ୍ୟ ସରକାର।। ଗୃହରେ ବିରୋଧୀଙ୍କ ହଟ୍ଟଗୋଳ ମଧ୍ୟରେ ବଜେଟ୍ ଆଗତ  ହୋଇଛି।

ସ୍ୱାସ୍ଥ୍ୟ କ୍ଷେତ୍ରରେ ୧୭୬୮ କୋଟି ୭୭ ଲକ୍ଷ ବ୍ୟୟବରାଦ ହୋଇଥିବା ବେଳେ ପଞ୍ଚାୟତିରାଜ ବିଭାଗକୁ ୨୦୪୬ କୋଟି ୧୧ ଲକ୍ଷ ଅର୍ଥ ବରାଦ କରାଯାଇଛି। ଅର୍ଥ ବିଭାଗକୁ ୨୩୬୩ କୋଟି ବ୍ୟୟ ବରାଦ ରଖାଯାଇଛି। ଖାଦ୍ୟ ସୁରକ୍ଷା ବିଭାଗ ପାଇଁ ୧୦୭୮ କୋଟି ୩୦ ଲକ୍ଷ, ଶକ୍ତି ବିଭାଗକୁ ୯୫୬ କୋଟି ବ୍ୟୟ ବରାଦ କରାଯାଇଛି। ବିପର୍ଯ୍ୟୟ ପରିଚାଳନା ପାଇଁ ୧୪୮୪ କୋଟି ୨୨ ଲକ୍ଷ ବରାଦ କରାଯାଇଛି।

ସ୍ୱାସ୍ଥ୍ୟ କ୍ଷେତ୍ର ଗ୍ରାମୀଣ ରୋଜଗାର ଜୀବିକା ଖାଦ୍ୟ ନିରାପତ୍ତା, ଶିକ୍ଷା କ୍ଷେତ୍ର, ମତ୍ସ୍ୟ ପଶୁସମ୍ପଦ ବିକାଶ କ୍ଷେତ୍ର, ଏମ ଏସ ଏମ ଇ , ହସ୍ତତନ୍ତ ବୟନଶିଳ୍ପ ଓ ହସ୍ତଶିଳ୍ପ କ୍ଷେତ୍ରକୁ ଗୁରୁତ୍ୱ ଦିଆଯାଇଛି। କୋଭିଡ ମହାମାରୀ ପାଇଁ ଅର୍ଥ ବ୍ୟବସ୍ଥା ଉପରେ ଗଭୀର ପ୍ରଭାବ ପଡିଛି। ଚଳିତ ଆର୍ଥିକ ବର୍ଷର ୬ ମାସ ଶେଷ ସୁଦ୍ଧା କେନ୍ଦ୍ରୀୟ ହସ୍ତାନ୍ତର ବା ସେଣ୍ଟ୍ରାଲ ଟ୍ରାନ୍ସସଫର କମିଯାଇଥିବାରୁ ରାଜସ୍ଵ ପ୍ରାପ୍ତି ୬.୫ ପ୍ରତିଶତ କମିଛି। ଏହା ସତ୍ତ୍ୱେ ରାଜ୍ୟର ନିଜସ୍ୱ ରାଜସ୍ଵ ୧.୭ ପ୍ରତିଶତ ବୃଦ୍ଧି ପାଇଛି। ୨୦୨୦ ମସିହା ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ରାଜସ୍ଵ ବଳକା ୬୭୯୦ କୋଟି ଟଙ୍କା ରହିଛି। ସମୁଦାୟ ଋଣ ଭାର ୯୭ ହଜାର ୮୨୩ କୋଟି ଟଙ୍କା ରହିଛି। ଯାହାକି ସାମଗ୍ରିକ ରାଜ୍ୟ ଘରୋଇ ଉତ୍ପାଦର ୧୬.୪ ପ୍ରତିଶତ ରହିଛି।

   Related Posts