Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅଭିନେତା ଆଶିଷ ରାୟଙ୍କ ପରଲୋକ
  • ||
  • ବାତ୍ୟା ‘ନିଭାର୍’ ପ୍ରଭାବରେ ଚେନ୍ନାଇରେ ବର୍ଷା
  • ||
  • ନବରଙ୍ଗପୁର : ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍, ୨ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୭୧ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୬୪୨ କରୋନା ସଂକ୍ରମିତ, ୩୧୫୨୭୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଆସୁଛି ବାତ୍ୟା ‘ନିଭାର୍’: ୨୫ରୁ ପ୍ରବଳ ବର୍ଷା, ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ
  • ||

ରାସନ୍ କାର୍ଡଧାରୀମାନଙ୍କର ଆଧାର ସଂଯୋଗ ଓ ସଂଶୋଧନ ପ୍ରକ୍ରିୟାକୁ ତ୍ବରାନ୍ବିତ କରିବା ଉପରେ ଗୁରୁତ୍ବ

21/08/2019 at 12:17 PM

ଭୁବନେଶ୍ବର ୨୧|୮: ଜାତୀୟ ଖାଦ୍ୟ ସୁରକ୍ଷା ଆଇନରେ ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ରାସନ୍‌ କାର୍ଡଧାରୀମାନଙ୍କର ଆଧାର ସଂଯୋଗ ଓ ସଂଶୋଧନ ପ୍ରକ୍ରିୟା କାର୍ଯ୍ୟକ୍ରମ ଧାର୍ଯ୍ୟ ଅଗଷ୍ଟ ୩୧ ତାରିଖ ସୁଦ୍ଧା ଶେଷ କରିବା ପାଇଁ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ଓ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ନିର୍ଦ୍ଦେଶ ଦେଇଛନ୍ତି ।

ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ମନ୍ତ୍ରୀ ଆଧାର ସଂଯୋଗ ଓ ରାସନ କାର୍ଡ ସଂଶୋଧନ କାର୍ଯ୍ୟର ଅଗ୍ରଗତି ସଂପର୍କରେ ସମୀକ୍ଷା କରିବା ଅବସରରେ କହିଥିଲେ ଯେ, ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ବିଭାଗକୁ ଅଧିକ ସକି୍ରୟ, ଲୋକାଭିମୁଖୀ ଓ ଉତ୍ତରଦାୟୀ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ୫ ‘ଟି’ ମନ୍ତ୍ରକୁ ନିଷ୍ଠାର ସହିତ କାର୍ଯ୍ୟକାରୀ କରାଯାଉଛି । କେହି ଜଣେ ଯୋଗ୍ୟ ହିତାଧିକାରୀ ଯେପରି ଖାଦ୍ୟ ସୁରକ୍ଷା ଯୋଜନାରୁ ବଞ୍ଚିତ ନହୁଅନ୍ତି ସେଥିପ୍ରତି ଦୃଷ୍ଟି ଦିଆଯାଉଛି ।

ସୂଚନାଯୋଗ୍ୟ ଯେ ଏହି ଯୋଜନାର ହିତାଧିକାରୀମାନେ ଏଣିକି ରାଜ୍ୟର ଯେକୌଣସି ସାଧାରଣ ଖାଉଟି ବଣ୍ଟନ କେନ୍ଦ୍ର ପିଡ଼ିଏସ୍‌ ସାମଗ୍ରୀ ନେଇପାରିବେ । ସେମାନଙ୍କୁ ନିର୍ଦ୍ଧିଷ୍ଟ ଜଣେ ଡିଲର ଉପରେ ନିର୍ଭର କରିବାକୁ ପଡ଼ିବ ନାହିଁ । ଏଥି ନିମନ୍ତେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଆବଶ୍ୟକୀୟ ପଦକ୍ଷେପ ନିଆଯାଉଛି । ଆସନ୍ତା ସେପ୍ଟେମ୍ବର ପହିଲାରୁ ପାଇଲଟ୍‌ ପ୍ରକଳ୍ପ ଭାବେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଏହି ସୁବିଧା ଆରମ୍ଭ କରାଯିବ ।

ଏଥି ସହିତ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ୨୦୧୯-୨୦ ଖରିଫ୍‌ ବିପଣନ ଋତୁରେ ଧାନ ସଂଗ୍ରହ ନିମନ୍ତେ ପ୍ରାଥମିକ କୃଷି ଋଣ ସମବାୟ ସମିତି ଜରିଆରେ ଚାଷୀମାନଙ୍କର ରେଜିଷ୍ଟ୍ରେସନ୍‌ କାର୍ଯ୍ୟର ମଧ୍ୟ ସମୀକ୍ଷା କରାଯାଇଥିଲା । ଅଗଷ୍ଟ ୬ ତାରିଖରୁ ଏହି ରେଜିଷ୍ଟ୍ରେସନ୍‌ ପ୍ରକି୍ରୟା ଆରମ୍ଭ କରାଯାଇଛି ଏବଂ ଏହା ଅଗଷ୍ଟ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ । ଧାର୍ଯ୍ୟ ତାରିଖ ପରେ ଯଦି କୌଣସି ଚାଷୀ ରେଜିଷ୍ଟି୍ରଭୁକ୍ତ ହୋଇପାରି ନାହିଁ ବୋଲି ଅଭିଯୋଗ ଆସେ ତେବେ ସଂପୃକ୍ତ ଅଧିକାରୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସମୀକ୍ଷା ସମୟରେ ମନ୍ତ୍ରୀ କହିଥିଲେ ।

ଖରିଫ୍‌ ବିପଣନ ବର୍ଷ ୨୦୧୯-୨୦ ପ୍ରାଥମିକ କୃଷିଋଣ ସମବାୟ ସମିତି ମାଧ୍ୟମରେ ହେଉଥିବା ଏହି ରେଜିଷ୍ଟ୍ରେସନ କାର୍ଯ୍ୟର ଅଗ୍ରଗତିର ସମ୍ପର୍କରେ ପ୍ରତ୍ୟେକ ଦିନ ସମୀକ୍ଷା କରାଯିବ ବୋଲି ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ମନ୍ତ୍ରୀ ଭିଡ଼ିଓ କନ୍‌ଫରେନ୍ସିଂ ସମୟରେ ସମବାୟ ସମିତି ସମୂହର ସମସ୍ତ ଉପନିବନ୍ଧକ ଓ ସହକାରୀ ନିବନ୍ଧକ ଏବଂ ଜିଲ୍ଲା ଯୋଗାଣ ଅଧିକାରୀଙ୍କ ସହିତ ବିସ୍ତୃତ ଆଲୋଚନା କରିଥିଲେ । ସମୀକ୍ଷା ସମୟରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ବିଭାଗର କମିଶନର ତଥା ଶାସନ ସଚିବ ବୀର ବିକ୍ରମ ଯାଦବ ଏବଂ ବିଭାଗୀୟ ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ । 

ଏଥିସହିତ ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ୍‌ ପରିଚାଳନା କମିଟି ପକ୍ଷରୁ ଆଜି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ସମବାୟ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ସମବାୟ ବିଭାଗ ରାଜ୍ୟର ଆର୍ଥିକ ଦୁର୍ବଳ ଶ୍ରେଣୀର ଲୋକମାନଙ୍କ ପାଇଁ କାର୍ଯ୍ୟ କରୁଥିବାରୁ ସମବାୟ କ୍ଷେତ୍ରକୁ ଅଧିକ କି୍ରୟାଶୀଳ, ଲୋକାଭିମୁଖୀ ଓ ଉତ୍ତରଦାୟୀ କରିବା ସରକାରଙ୍କ ସମସ୍ତ ଯୋଜନା ପ୍ରକୃତ ହିତାଧିକାରୀଙ୍କ ନିକଟରେ ପହଞ୍ଚାଇବା ପାଇଁ ମନ୍ତ୍ରୀ ସମ୍ବର୍ଦ୍ଧନା ଅବସରରେ କହିଥିଲେ । ସମ୍ବର୍ଦ୍ଧନା ଅବସରରେ ଓଡ଼ିଶା ସମବାୟ ବ୍ୟାଙ୍କର ସଭାପତି ଅକ୍ଷୟ କୁମାର ମହାନ୍ତି, ପରିଚାଳନା ନିର୍ଦ୍ଦେଶକ ଦେବେନ୍ଦ୍ର କୁମାର ଜେନା, ରେଜିଷ୍ଟ୍ରାର କୋଅପରେଟିଭ୍‌ ସୋସାଇଟି ବିଭୂତି ଭୂଷଣ ପଟ୍ଟନାୟକଙ୍କ ସମେତ ସମସ୍ତ ଜିଲ୍ଲା କେନ୍ଦ୍ରୀୟ ସମବାୟ ବ୍ୟାଙ୍କର ସଭାପତିବୃନ୍ଦ ଓ ରାଜ୍ୟ ସମବାୟ ବ୍ୟାଙ୍କର ପରିଚାଳନା ମଣ୍ଡଳୀର ସଦସ୍ୟସଦସ୍ୟାମାନେ ଉପସ୍ଥିତ ଥିଲେ ।                

   Related Posts