Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||
  • ଟାଙ୍ଗୀ : ତାରିଣୀ ଦର୍ଶନ ସାରି ଫେରୁଥିଲେ, ଅଧାରାସ୍ତାରେ ଧକ୍କା ଦେଲା ଟ୍ରକ, ଚାଲିଗଲା ୩ ଜୀବନ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ ସ୍ମାର୍ଟ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||

ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ହେଲେ ଆଦିତ୍ୟ କୁମାର ମହାପାତ୍ର, ରାଷ୍ଟ୍ରପତି ଦେଲେ ନିଯୁକ୍ତି

3/11/2021 at 3:20 PM

କଟକ, ୦୩।୧୧ : ଓଡିଶା ହାଇକୋର୍ଟରେ ନିଯୁକ୍ତ ହେଲେ ଆଉ ଜଣେ ନୂଆ ବିଚାରପତି। ଆଦିତ୍ୟ କୁମାର ମହାପାତ୍ର ହେଲେ ହାଇକୋର୍ଟ ବିଚାରପତି। କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ଏ ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଷ୍ଟ୍ରପତିଙ୍କ ଅନୁମୋଦନ ଲାଭ କରିବା ପରେ ଏ ନେଇ  ବିଜ୍ଞପ୍ତି ପ୍ରକାଶିତ ହୋଇଛି। ପୂର୍ବରୁ ଆଦିତ୍ୟଙ୍କ ନାମକୁ ପ୍ରସ୍ତାବ ଦେଇଥିଲେ ସୁପ୍ରିମକୋର୍ଟ କଲେଜିୟମ। ଓଡିଶା ହାଇକୋର୍ଟ ବିଚାରପତି ଭାବେ ଆଇନଜୀବୀ ଆଦିତ୍ୟ କୁମାର ମହାପାତ୍ର ଖୁବଶୀଘ୍ର ଯୋଗ ଦେବେ ବୋଲି ଆଶା କରାଯାଉଛି। ସେ ଓଡ଼ିଶା ହାଇକୋର୍ଟରେ ବରିଷ୍ଠ ଆଇନଜୀବୀ ଭାବେ କାର୍ଯ୍ୟ କରୁଥିଲେ ।

ନିକଟରେ ଜଷ୍ଟିସ ମୃଗାଙ୍ଗ ଶେଖର ସାହୁ, ଜଷ୍ଟିସ ରାଧାକୃଷ୍ଣ ପଟ୍ଟନାୟକ ଓ ଜଷ୍ଟିସ ଶଶିକାନ୍ତ ମିଶ୍ର ହାଇକୋର୍ଟ ଜଜ୍‌ ଭାବେ ଶପଥ ଗ୍ରହଣ କରିଥିଲେ। ଏହି ନୂଆ ନିଯୁକ୍ତି ପରେ ଓଡିଶା ହାଇକୋର୍ଟରେ ବିଚାରପତି ସଂଖ୍ୟା ୧୮ରେ ପହଞ୍ଚିଛି।

   Related Posts