ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଅମିତ ଶାହ, CISFର ପ୍ରତିଷ୍ଠା ଦିବସରେ ଦେବେ ଯୋଗ

NEWS7
after-eknath-khadse-pankaja-munde-may-leave-bharatiya-janata-party

ଭୁବନେଶ୍ୱର ୨୭।୦୨ : ଓଡ଼ିଶା ଆସୁଛନ୍ତି ଅମିତ ଶାହ। ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ସ୍ୱରାଷ୍ଟ୍ର ଏବଂ ସମବାୟ ମନ୍ତ୍ରୀ ଅମିତ ଶାହ । ମାର୍ଚ୍ଚ ୬ ତାରିଖରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟ ସୂଚୀ ରହିଛି । ଗୃହ ମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଏହାସହ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡ଼ାକଡି କରାଯାଇଛି ।

ଏ ଖବର ବି ପଢନ୍ତୁ:-ବାଇକ-ସ୍କୁଟି ମୁହାଁମୁହିଁ ଧକ୍କା : ଜଣେ ମୃତ, ୨ ଆହତ

କେନ୍ଦ୍ରମନ୍ତ୍ରୀ ଅମିତ ଶାହ ମାର୍ଚ୍ଚ ଗୁରୁବାର (୫ ତାରିଖ) ସଂଧ୍ୟାରେ ବାୟୁସେନାର ସ୍ୱତନ୍ତ୍ର ବିମାନରେ ନୂଆଦିଲ୍ଲୀରୁ ଆସି ଓଡିଶାରେ ପହଁଚିବେ । ୬ ତାରିଖ ପୂର୍ବାହ୍ନରେ କଟକ ମୁଣ୍ଡୁଳି ସ୍ଥିତ ସିଆଇଏସଏଫର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ। ଅପରାହ୍ଣରେ ଖୋର୍ଦ୍ଧା ଜିଲ୍ଲା ଜଟଣୀ ଠାରେ ଜାତୀୟ ଫୋରେନ୍ସିକ୍ ବିଜ୍ଞାନ ବିଶ୍ୱବିଦ୍ୟାଳୟ (ଏନଏଫଏସୟୁ) ଏବଂ କେନ୍ଦ୍ରୀୟ ଫରେନ୍ସିକ୍ ବିଜ୍ଞାନ ପରୀକ୍ଷାଗାର ( ସିଏଫଏସଏଲ), ଭୁବନେଶ୍ୱର କ୍ୟାମ୍ପସ ପାଇଁ ଭୂମି ପୂଜନ କରିବା ସହ ଆଭାସୀ ମାଧ୍ୟମରେ ଏନଏଫଏସୟୁ ଟ୍ରାନଜିଟ୍ କ୍ୟାମ୍ପସ, ଭୁବନେଶ୍ୱରର ଶୁଭ ଉଦ୍ଘାଟନ କରିବେ। ସେଦିନ ଅପରାହ୍ଣରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଶାହ ଭୁବନେଶ୍ୱର ସ୍ଥିତ ଇଡକୋ ପ୍ରଦର୍ଶନୀ ପଡ଼ିଆଠାରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ଅବସରରେବିଭିନ୍ନ ବିଭାଗ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କାର୍ଯ୍ୟକ୍ରମ ରହିଛି। କେନ୍ଦ୍ରମନ୍ତ୍ରୀଙ୍କ ସିଆଇଏସଏଫର ପ୍ରତିଷ୍ଠା ଦିବସରେ ଯୋଗଦାନ ଗସ୍ତକୁ ଦୃଷ୍ଟିରେ ରଖି ଗୋଡ଼ିସାହିରୁ ମୁଣ୍ଡୁଳି ରାସ୍ତାର ବ୍ଲାକ୍ ଟପିଂ ସହିତ ଆଲୋକୀକରଣ, ପରିସ୍କାର ପରିଚ୍ଛନ୍ନତା ଓ ଆବଶ୍ୟକ ସୌନ୍ଦର୍ଯ୍ୟକରଣ କରାଯାଇଛି ।

ଏ ଖବର ବି ପଢନ୍ତୁ:-ଆମେରିକା ଓ ଇସ୍ରାଏଲ ପରେ, ଯୁଦ୍ଧରେ ସାମିଲ ହେଲା NATO ? ମାରି ଖସାଇଲା ଏୟାର ଡିଫେନ୍ସ