Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୦୪କରୋନା ସଂକ୍ରମିତ ଚିହ୍ନଟ
  • ||
  • ଚିତ୍ରକୋଣ୍ଡାରେ BSF ଜବାନଙ୍କ କମ୍ବିଂ ଅପରେସନ, ଟିଫିନ୍ ବୋମା ଉଦ୍ଧାର
  • ||
  • ଶ୍ରୀଜଗନ୍ନାଥ ଷ୍ଟାଡିୟମ ନିକଟରେ ଉଚ୍ଛେଦ କାର୍ଯ୍ୟ ଆରମ୍ଭ, ୨ ଫ୍ଲାଟୁନ ଫୋର୍ସ ମୃତୟନ
  • ||
  • ଭିଜିଲାନ୍ସ ଜାଲରେ ଜନସ୍ୱାସ୍ଥ୍ୟ ବିଭାଗ-୨ ସହକାରୀ କାର୍ଯ୍ୟକାରୀ ଯନ୍ତ୍ରୀ, ଏକକାଳୀନ ୬ଟି ସ୍ଥାନରେ ରେଡ୍
  • ||
  • ନୟାଗଡ଼ : ପୋଲିସ କବ୍‌ଜାରେ ୪ ଆନ୍ତଃ ଜିଲ୍ଲା ଡକାୟତ
  • ||

ଛାତ୍ର ସଂସଦ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବିଭିନ୍ନ କଲେଜରେ ଦେଖାଦେଇଛି ହିଂସା

1/10/2018 at 5:14 PM

ଭୁବନେଶ୍ଵର;୦୧/୧୦- ଛାତ୍ର ସଂସଦ ନିର୍ବାଚନ ନେଇ ବାଜିଲା ବିଗୁଲ । ଆଜି ବିଭିନ୍ନ ଶିକ୍ଷାନୁଷ୍ଠାନରେ ବିଜ୍ଞପ୍ତି ପ୍ରକାଶ ପାଇଚି । ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଲିଙ୍ଗଡୋ କମିଶନଙ୍କ ନିୟମ ଲାଗୁ ହୋଇଛି । ଅକ୍ଟୋବର ୧୧ରେ ହେବ ନିର୍ବାଚନ । ୩ ତାରିଖ ପୂର୍ବାହ୍ନ ୯ଟାରୁ ମଧ୍ୟାହ୍ନ ୧୨ଟା ଭିତରେ ଆଶାୟୀ ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରିବେ । ଅପରାହ୍ନ ୨ଟାରୁ ୪ଟା ମଧ୍ୟରେ ନାମାଙ୍କନ ଯାଞ୍ଚ ହେବ । ଅକ୍ଟୋବର ୪ରେ ପୂର୍ବାହ୍ନ ୧୧ଟାରେ ପ୍ରକାଶ ପାଇବ ଯୋଗ୍ୟ ପ୍ରାର୍ଥୀଙ୍କ ତାଲିକା । ସେହିଦିନ ଅପରାହ୍ନ ୨ଟାରୁ ୪ଟା ମଧ୍ୟରେ ଆଶାୟୀ ପ୍ରାର୍ଥୀମାନେ ନାମାଙ୍କନ ପ୍ରତ୍ୟାହାର କରିପାରିବେ । ଅପରାହ୍ନ ୫ଟାରେ ଚୂଡାନ୍ତ ତାଲିକା ପ୍ରକାଶ ପାଇବ । ୧୦ ତାରିଖରେ ମୁଁ କାହିଁକି ପ୍ରାର୍ଥୀ ହୋଇଛି ବୈଠକ ହେବ । ୧୧ ତାରିଖ ସକାଳ ୮ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଭୋଟଗ୍ରହଣ କରାଯିବ । ଅପରାହ୍ନ ୨ଟାରୁ ଭୋଟଗଣତି ଆରମ୍ଭ ହୋଇ ସନ୍ଧ୍ୟା ସୁଦ୍ଧା ଫଳ ପ୍ରକାଶ ପାଇବ । ୧୨ ତାରିଖ ପୂର୍ବାହ୍ନ ୧୧ଟାରେ ବିଜୟୀ ପ୍ରାର୍ଥୀଙ୍କ ଶପଥ ଗ୍ରହଣ ଉତ୍ସବ ହେବ । ନିର୍ବାଚନକୁ ଶାନ୍ତିଶୃଙ୍ଖଳାର ସହ ଶେଷ କରିବାକୁ ସମସ୍ତ କଲେଜ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ନିର୍ଦେଶ ଦିଆଯାଇଛି ।

   Related Posts