Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୨୯୪ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

15/05/2021 at 8:32 AM

ଭୁବନେଶ୍ୱର ୧୪।୦୫ :  ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧୮୦୫ ଜଣ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୧ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୨୯୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ, ଅନୁଗୁଳ ଜିଲ୍ଲାରୁ ୩ଜଣ ରହିଥିବା ବେଳେ କଳାହାଣ୍ଡି ,କେନ୍ଦ୍ରାପଡ଼ା ,ପୁରୀ , ରାୟଗଡ଼ା, ସମ୍ବଲପୁର ଜିଲ୍ଲାରୁ ୨ଜଣ ରହିଛନ୍ତି । ସେହିପରି ବୌଦ୍ଧ , ଗଜପତି, କୋରାପୁଟ ଓ ନୂଆପଡ଼ା ଜିଲ୍ଲାରୁ ଜଣ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୦୦୪୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୮୨୫୯୧୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୯୧୬୭୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତକଙ୍କ ସଂଖ୍ୟା ୨୨୯୪ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗରେ ୫୩ଜଣଙ୍କ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୦୬୪୭୧ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts