Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ନିଆଁରେ ପୋଡିଗଲା ୬ବଖରା ଘର, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପାଉଁଶ

7/10/2021 at 12:45 PM

ଭଦ୍ରକ ୦୭।୧୦: ଭଦ୍ରକ ପରସିଙ୍ଗା ପଞ୍ଚାୟତର ମହାନ୍ତି ସାହିରେ ଭୟାବହ ଅଗ୍ନିକାଣ୍ଡ  । ଏହି ଅଗ୍ନିକାଣ୍ଡରେ  ୨ଟି ପରିବାରର ୬ବଖରା ଘର ପୋଡି ପାଉଁଶ ହୋଇଯାଇଛି । ଅଗ୍ନିକାଣ୍ଡରେ ଏକାଧିକ ଗୋରୁ ଗୁରୁତର ହେବା ସହ ଲକ୍ଷାଧିକ ଟଙ୍କା ସମ୍ପତ୍ତି ପୋଡ଼ି ପାଉଁଶ ହୋଇଯାଇଛି ।

ଖବର ଅନୁଯାୟୀ, ମହାନ୍ତି ସାହିର  ପ୍ରେମକତା ମହାନ୍ତି ଓ ଉର୍ମିଳା ମହାନ୍ତିଙ୍କ ଘରେ ନିଆଁ ଲାଗିଯାଇଥିଲା । ଦେଖୁ ଦେଖୁ ନିଆଁରେ ୨ଟି ପରିବାରର ୬ବଖରା ଘର ପୋଡି ପାଉଁଶ ହୋଇଯାଇଛି । ଅଗ୍ନିକାଣ୍ଡ ଲାଗି ଘରେ ଥିବା ଗୃହପାଳିତ ପଶୁଙ୍କ ମଧ୍ୟରେ ୩ ଟି ଗୋରୁ ଗୁରୁତର ହେବା ସହ ଗୋଟିଏ ଗୋରୁ ଜୀବନ୍ତ ଦଗ୍ଧ ହୋଇଯାଇଛି । ଏହି ଖବର ପାଇ ନିକଟସ୍ଥ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ତେବେ ଏବ ଯାଏଁ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।

   Related Posts