Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାରିପଦା : ଦିନ ଦ୍ବିପ୍ରହରରେ ଲୁଟ୍, ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ
  • ||
  • ବାରିପଦା : ୪୦ ଲକ୍ଷ ଟଙ୍କାର ଧଳା ଜହର ଜବତ, ଜଣେ ଗିରଫ
  • ||
  • ଖୋର୍ଦ୍ଧା : ଅଟୋ ଓ କାର୍ ମୁହାଁମୁହିଁ ଧକ୍କା, ୮ ଆହତ
  • ||
  • ଝାରସୁଗୁଡା : ଜାଲ୍ ନୋଟ୍ କାରବାରର ପର୍ଦ୍ଦାଫାଶ, ୫୭ହଜାର ଟଙ୍କାର ନକଲି ନୋଟ୍ ଜବତ, ରେଳବାଇ କର୍ମଚାରୀ ଗିରଫ
  • ||
  • ପୁରୀ : ମହାପ୍ରଭୁଙ୍କ ଦର୍ଶନ ପାଇଁ ବ୍ୟାରିକେଡ଼ରେ କରିଥିଲେ ଅପେକ୍ଷା, ହଠାତ୍ ଅସୁସ୍ଥ ହୋଇପଡିଲେ ଭକ୍ତ
  • ||
  • ଅନୁଗୋଳ : ଅନନ୍ତ କୋଇଲା ଖଣିରେ ଅଘଟଣ, କୋଇଲା ଲୋଡିଂ ବେଳେ ପୋତିହୋଇଗଲେ ଜଣେ
  • ||
  • ବ୍ରହ୍ମପୁର : ଭିଜିଲାନ୍ସ ପଞ୍ଝାରେ ଆରଆଇ, ଜମି ନିର୍ଦ୍ଧାରଣ ପାଇଁ ୫ ହଜାର ଟଙ୍କା ନେବାବେଳେ ଧରାପଡିଲେ
  • ||
  • ଭୁବନେଶ୍ବର : ଦିନରେ ରଙ୍ଗମିସ୍ତ୍ରୀ, ରାତିରେ ଚୋରୀ, ୫ ବର୍ଷ ଧରି ଖୋଜୁଥିଲା ପୋଲିସ, ଶେଷରେ ଧରାପଡିଲା
  • ||
  • କଟକ : ରମଜାନ ପାଇଁ ସିଏମସିର ଗାଇଡ୍‌ଲାଇନ୍, ନମାଜ ପାଠ ପାଇଁ ୧୦୦ ଲୋକଙ୍କୁ ଅନୁମତି
  • ||
  • ଜଳେଶ୍ବର : ନଦୀ ପଠାରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଠାବ, ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ ବାପଘର
  • ||

ଚୁଲି ନିଆଁରୁ ଜଳିଗଲା ଘର, ପୋଡି ପାଉଁଶ ହୋଇଗଲା ଗରିବ ପରିବାରର ଭତ୍ତା ଟଙ୍କା ଓ ଧାନ ଚାଉଳ

5/04/2021 at 9:00 AM

ବିନିକା,୦୫/୦୪: ସୁବର୍ଣ୍ଣପୁର ଜିଲ୍ଲା ବିନିକା ଏନଏସି ୱାର୍ଡ ନମ୍ବର ୧୦ ଉର୍ଲେ ଗାଁରେ  ଅଗ୍ନିକାଣ୍ଡ ।  ଅଗ୍ନିକାଣ୍ଡରେ  ଗଜ ବାଗ ଏବଂ ରୋହିତ ବାଗଙ୍କ ଦୁଇ ବଖରା ଚାଳଘର ପୋଡ଼ି ପାଉଁଶ ହୋଇଯାଇଛି l

ସୂଚନାନୁସାରେ, ଗଜ ବାଗଙ୍କ ସ୍ତ୍ରୀ ଯଶୋଦା ବାଗ ଘରେ ଚୁଲିରେ ରୋଷେଇ କରୁଥିବା ସମୟରେ ଚୁଲିରୁ ହଠାତ ନିଆଁ ଲାଗି ଯାଇଥିଲା । ଫଳରେ ଘର ଭସ୍ମୀଭୂତ ହୋଇଯାଇଥିଲା l ଖବର ପାଇ ବିନିକା ଅଗ୍ନିଶମ ବିଭାଗ  କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । କିନ୍ତୁ ଏହା ପୁର୍ବରୁ ଘରର ସମସ୍ତ ଜିନିଷପତ୍ର ପୋଡ଼ି ପାଉଁଶ ହୋଇଯାଇଥିଲା  ।

ଫଳରେ ଭତ୍ତା ପାଇଥିବା ପାଞ୍ଚ ହଜାର ଟଙ୍କା ସହ ଧାନ ଚାଉଳ କପଡା ଏବଂ ଘରେ ଥିବା ଆସବାବପତ୍ର ଜଳିପୋଡ଼ି ଛାରଖାର ହୋଇଯାଇଛି l  ପରିବାରଟି ଗରିବ ଶ୍ରେଣୀର ହେଇଥିବାରୁ ତୁରନ୍ତ ସରକାରୀ ସହାୟତା ଯୋଗାଇ ଦେବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି l

   Related Posts