Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

କୋଭିଡ୍ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ, ୧୪ ମୃତ

1/05/2021 at 7:16 AM

ସୁରଟ, ୦୧|୦୫: ଗୁଜୁରାଟର ଭରୁଚରେ ଥିବା ଏକ କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ । ଏହି ଅଗ୍ନିକାଣ୍ଡ ଦ୍ୱାରା ପ୍ରାୟ ୧୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିବା ସୂଚନା ମିଳିଛି । ଶୁକ୍ରବାର ବିଳମ୍ବିତ ରାତ୍ରରେ ଭରୁଚରେ ଥିବା ପଟେଲ୍ ଓ୍ୱେଲଫେୟାର ହସ୍ପିଟାଲରେ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି ।

ସୂଚନାନୁସାରେ, ଶୁକ୍ରବାର ରାତି ପ୍ରାୟ ୧୨ଟାରେ ହସ୍ପିଟାଲରେ ନିଆଁ ଲାଗିଯାଇଥିଲା ।ଏନେଇ ଅଗିନଶମ ବିଭାଗକୁ ସୂଚନା ଦିଆାଇଥିଲା । ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଁଚି ନିଆଁକୁ ଆୟତ କରିବାକୁ ପ୍ରୟାସ କରିଥିଲେ ।

ଜିଲ୍ଲାର ଏସ୍‌ପି ରାଜେନ୍ଦ୍ର ସିଂ ଚୁଡାସମା କହିଛନ୍ତି ଯେ, ଆଇସିୟୁ ଓ୍ୱାର୍ଡରେ ସର୍ଟ ସର୍କିଟ ପାଇଁ ନିଆଁ ଲାଗିଯାଇଥିଲା । ତୁରନ୍ତ ଦମକଳ ଗାଡି ସେଠାରେ ପହଁଚି ନିଆଁକୁ ଆୟତ କରିଥିଲେ । ଅନେକ ସଂକ୍ରମିତଙ୍କୁ ଉଦ୍ଧାର କରାଯାଇଥିଲା । କିନ୍ତୁ ୧୨ ଜଣ ପ୍ରାଣ ହରାଇଥିଲେ । ଅନ୍ୟ ୨ ଜଣ ଉଦ୍ଧାର ହେବା ପରେ ଜୀବନ ହାରିଥିଲେ । ଘଟଣାସ୍ଥଳରେ ପୋଲିସ ପହଁଚି ତଦନ୍ତ ଆରମ୍ଭ କରିଛି । ମୃତକଙ୍କ ସଂଖ୍ୟା ଆହୁରି ମଧ୍ୟ ବଢିପାରେ । ଉଦ୍ଧାର କରାଯାଇଥିବା ଅନ୍ୟ ଆକ୍ରାନ୍ତଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

   Related Posts