Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ଭୟାବହ ଅଗ୍ନିକାଣ୍ଡ, ୪ ବଖରା ଘର ପୋଡି ପାଉଁଶ : ଜୀଅନ୍ତା ଜଳିଗଲା ଗାଈ

3/07/2021 at 8:40 AM

ଯାଜପୁର, ୦୩|୦୭:   ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା ଘର । ଏଥିରେ ଜଣେ ଆହତ ହେବା ସହ ଗୋଟିଏ ଗାଈ ଜୀଅନ୍ତା ଦଗ୍ଧ ହୋଇଯାଇଛି ।ଏପରି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲ୍ଲା ବରୀ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଦେବଲୀ ଗ୍ରାମରେ ।

ସୂଚନାନୁସାରେ, ବରୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଦେବିଲି ଗାଁର ଦିଜ ଜେନାଙ୍କ  ଚାରି ବଖରା ଘରେ ଶୁକ୍ରବାର ବିଳମ୍ବିତ ରାତିରେ ନିଆଁ ଲାଗିଯାଇଥିଲା । ଫଳରେ ଚାରି ବଖରା ଘର ଜଳି ଯିବା ସହ ସମସ୍ତ ଆସବାବପତ୍ର ପୋଡି ପାଉଁଶ ହୋଇଯାଇଛି। ନିଆଁରେ  ତିନୋଟି ଗାଈ ଆହତ ହୋଇଥିବା ବେଳେ ଆଉ ଗୋଟିଏ ଗାଈ ଜୀବନ୍ତ ଦଗ୍ଧ ହୋଇଯାଇଛି । ପରେ ଅଗ୍ନିଶମ ବାହିନୀ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି ।

ସେହିପରି ନିଆଁକୁ ଆୟତ୍ତ କରିବାକୁ ଯାଇ ଦିଜ ଜେନା ନିଜେ ଆହତ ହୋଇଥିଲେ । ତାଙ୍କୁ ଜିଲ୍ଳା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

   Related Posts