Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ନିଆଁରେ ପୋଡ଼ି ହୋଇ ମାଆ ଓ ପୁଅ ଗୁରୁତର, କଟକ ସ୍ଥାନାନ୍ତର

8/09/2021 at 8:14 AM

ଭଦ୍ରକ ୦୮।୦୯: ଅଗ୍ନିକାଣ୍ଡ ବେଳେ ଗୁହାଳରୁ ଗୋରୁଙ୍କୁ ଖୋଲିବା ବେଳେ ଘଟିଲା ଅଘଟଣ । ଲାଗିଥିବା ନିଆଁରେ ପୋଡି ହୋଇ ମା ଓ ପୁଅ ଗୁରୁତର ହୋଇଛନ୍ତି । ଗୁରୁତର ଅବସ୍ଥାରେ ଉଭୟଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି ।  ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ ଅଞ୍ଚଳରେ ଘଟିଛି ଏପରି ଘଟଣା ।

ଖବର ଅନୁଯାୟୀ,  ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ ଅନ୍ତର୍ଗତ ଦଳାଙ୍ଗ ପଞ୍ଚାୟତ ରାମେଶ୍ୱରପୁର ଗ୍ରାମର ପୁରସ୍ତମ ସାହୁଙ୍କ ଘରେ କୌଣସି କାରଣରୁ ନିଆଁ ଲାଗିଯାଇଥିଲା । ଏହାପରେ ପୁରସ୍ତମଙ୍କ ସ୍ତ୍ରୀ ମନୋରମା ଓ ପୁଅ ବାବୁଲି ନିଆଁ ଦାଉରୁ  ଗୋରୁଙ୍କୁ ଉଦ୍ଧାର କରିବା ପାଇଁ ଗୁହାଳ ପ୍ରବେଶ କରିଥିଲେ । ସେଠାରୁ  ଗୋରୁଙ୍କୁ ଖୋଲିବା ବେଳେ ହଠାତ୍‌ ନିଆଁ ଝୁଲ ଉପରେ ପଡିଥିଲା । ଯାହାଫଳରେ ମା ଓ ପୁଅ  ଗୁରୁତର ହୋଇଥିଲେ । ପ୍ରଥମେ ଦୁଇ ଜଣଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ଏହାପରେ ସେମାନଙ୍କୁ ଉନ୍ନତମାନର ଚିକିତ୍ସା ପାଇଁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବାର ସୂଚନା ମିଳିଛି ।

   Related Posts