Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ହାତ ଟେକିଦେଲେ ବାଚସ୍ପତି, କହିଲେ- ଯଦି ସବୁ ସଦସ୍ୟ ଗୃହ ଚଲାଇବାକୁ ପ୍ରସ୍ତୁତ ନୁହଁନ୍ତି, ତେବେ ମୁଁ କ’ଣ କରିବି ?
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ପ୍ରସଙ୍ଗ : ଆସନ୍ତା ୧୦ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ
  • ||
  • ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍, ୧୦୪ ବର୍ଷରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ
  • ||
  • ଭୁବନେଶ୍ବର : ରିପୋର୍ଟ ଆସିବା ପରେ ନିୟମ ଅନୁସାରେ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ : ମନ୍ତ୍ରୀ ସୁଦାମ ମାରାଣ୍ଡି
  • ||
  • ଭୁବନେଶ୍ବର : ବିଡିଏ ଫେରାଇବ ସର୍ବକ୍ଷମା ଯୋଜନାର ଅଧିକ ଫାଇନ୍, ଆବେଦନର ଶେଷ ତାରିଖ ୧୦ ଡିସେମ୍ବର
  • ||
  • ଖୋର୍ଦ୍ଧା : ଭିଜିଲାନ୍ସ ହାତରେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ, ବିଲ୍ କରାଇ ଦେବାକୁ ଠିକାଦାରଙ୍କଠୁ ନେଉଥିଲେ ୧୦ ହଜାର
  • ||
  • ଟିଟିଲାଗଡ : ପୁରୀ-ଅଜମେର ଟ୍ରେନ୍‌ରେ ନିଆଁ, ଟ୍ରାକ୍‌ରେ ବ୍ରେକ୍ ଘସି ହୋଇ ଧୂଆଁ ବାହାରୁଥିଲା
  • ||
  • ରୋହିଙ୍ଗ୍ୟା ବିରୋଧୀ ହିଂସା ପାଇଁ ଫେସବୁକ ଦାୟୀ ! ୧୫୦ ବିଲିୟନ ପାଉଣ୍ଡର କ୍ଷତିପୂରଣ ଦେବାକୁ ମାମଲା
  • ||
  • କଳାହାଣ୍ଡି : ଇଚ୍ଛା ମୃତ୍ୟୁ ଆବେଦନକାରୀଙ୍କୁ ସାହା ହେଲା BSKY, ଯୋଜନାରେ ଆରମ୍ଭ ହେଲା ଚିକିତ୍ସା
  • ||
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||

ହୁ ହୁ ହୋଇ ଜଳିଗଲା ଓମ୍‌ଫେଡ ପାର୍ଲର, ୨ ଦିନ ତଳେ ଦୋକାନ ସମ୍ମୁଖରେ ଲାଗିଥିଲା ଝଗଡ଼ା !

25/10/2021 at 9:00 AM

ଭୁବନେଶ୍ୱର ୨୫।୧୦: ହୁତୁ ହୁତୁ ହୋଇ ଜଳିଗଲା ଓମ୍‌ଫେଡ ପାର୍ଲର । ଭୁବନେଶ୍ୱର ୟୁନିଟ୍‌ ୬ ସ୍ଥିତ କ୍ୟାପିଟାଲ ହସ୍ପିଟାଲ ପଛ ପଟେ ଥିବା ଓମ୍‌ଫେଡ଼ ପାର୍ଲରରେ ନିଆଁ ଲାଗିଛି  । ନିଆଁ ଲାଗି ଅନେକ ସାମଗ୍ରୀ ଜଳିପୋଡ଼ି ପାଉଁଶ ହୋଇଯାଇଛି । ଏବେ ଯାଏଁ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି ।

ଖବର ଅନୁଯାୟୀ, ବିଳମ୍ବିତ ରାତିରେ  ୟୁନିଟ ୬ ସ୍ଥିତ କ୍ୟାପିଟାଲ ହସ୍ପିଟାଲ ପଛରେ ଥିବା ଏକ ଓମ୍ଫେଡ଼ ପାର୍ଲରର ହଠାତ ନିଆଁ ଲାଗିଯାଇଥିଲା । ନିଆଁ ଲାଗିଯିବା ପରେ ଲୋକେ ପହଞ୍ଚି ତୁରନ୍ତ ଦମକଳ ବହିନୀକୁ  ଖବର ଦେଇଥିଲେ । ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ କରିଥିଲେ  , ହେଲେ ସେତେବେଳେ ଓମ୍ଫେଡ଼ ପାର୍ଲର ସମସ୍ତ ସାମଗ୍ରୀ ଜଳି ପୋଡି ପାଉଁଶ ହୋଇଯାଇଥିଲା । ତେବେ କେଉଁ କାରଣରୁ ନିଆଁ ଲାଗିଲା ତାହା ଏବେ ଯାଏଁ ଅସ୍ପଷ୍ଟ ରହିଛି ।

ସେହିପରି ଗତ ଦୁଇଦିନ ପୂର୍ବରୁ ମଧ୍ୟ ସେହି ଦୋକାନ ସମ୍ମୁଖରେ କିଛି ଦୁର୍ବୃତ୍ତ ଜଣେ ବ୍ୟକ୍ତିଙ୍କୁ ମରଣାତ୍ମକ ଆକ୍ରମଣ କରିଥିବା ଭିଡିଓ ଭାଇରାଲ ହୋଇଥିଲା । ଏହାପରେ ପୋଲିସ ଦୁଇଜଣଙ୍କୁ ଗିରଫ କରିଥିଲା । ଏହି ଘଟଣା ପରେ କିଛି ଦୁର୍ବୁତ୍ତ  ଓମ୍ଫେଡ଼ରେ ନିଆଁ ଲଗାଇଦେଇଥିବା କିଛି ସ୍ଥାନୀୟ ଲୋକେ ସୂଚନା ଦେଇଛନ୍ତି । ଏନେଇ ଓମ୍ଫେଡ଼ ପାର୍ଲର ମାଲିକ କ୍ୟାପିଟାଲ ଥାନାରେ ଲିଖିତ ଅଭିଯୋଗ କରିବେ ବୋଲି ଜଣାପଡିଛି ।

   Related Posts