Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||

ଘରେ ନିଆଁ ଲାଗି ୩ ଶିଶୁ ସମେତ ୬ଜଣଙ୍କ ମୃତ୍ୟୁ, ଉଦ୍ଧାର କାର୍ଯ୍ୟ ଜାରି

18/05/2020 at 12:33 PM

ଭୋପାଳ ୧୮।୦୫: ମଧ୍ୟପ୍ରଦେଶର ଗ୍ୱାଲିୟରରେ ଏକ ଅଭାବନୀୟ ଘଟଣା ଘଟିଛି । ଇନ୍ଦରଗଞ୍ଜ ଅଞ୍ଚଳରେ ଏଖ ଘରେ ନିଆଁ ଲାଗିଯାଇଛି । ଯାହାଫଳରେ ନିଆଁରେ ପୋଡି ହୋଇ ୬ଜଣଙ୍କ ମୃତ୍ୟୁ ହୋଇଯାଇଛି । ଘଟଣାସ୍ଥଳରେ ଅଗ୍ନିଶମବାହିନୀର କର୍ମଚାରୀ ପହଞ୍ଚି ନିଆଁ ଲିଭା ପାଇଁ ଉଦ୍ୟମ ଜାରି ରଖିଛି । ତେବେ ଘଟଣାସ୍ଥଳରେ ପୋଲିସ ମଧ୍ୟ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ସୋମବାର ଦିନ ଇନ୍ଦରଗଞ୍ଜ ଅଞ୍ଚଳରେ ଥିବା ଏକ ଦୋକାନ ଘରେ ଅଚାନକ ନିଆଁ ଲାଗିଯାଇଥିଲା । ଦେଖୁ ଦେଖି ନିଆଁ ବ୍ୟାପିବାରେ ଲାଗିଥିଲା । ଦୋକାନ ଘରର ଉପରେ ଏକ ପରିବାର ରହୁଥିଲେ । ନିଆଁ ବହୁ ଜୋରରେ ବ୍ୟାପିବାରୁ ଉପର ମହଲାରେ ରହୁଥିବା ପରିବାର ଫସିଯାଇଥିଲେ । ତେବେ ଘଟଣାସ୍ଥଳରୁ ଅଗ୍ନିଶମ ବାହିନୀକୁ ଫୋନ୍‌ କରାଯାଇଥିଲା । ନିଆଁ ଲାଗିବାର ଖବର ପାଇଁ ଅଗ୍ନିଶମ ବାହିନୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲା , ଏବଂ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା । ତେବେ ଅଗ୍ନିଶମ ବାହିନୀ ଘର ଭିତରୁ ଉଦ୍ଧାର କରିଥିବା ଶବଙ୍କ ମଧ୍ୟରୁ ୩ଜଣ ଶିଶୁ ଥିବା ଜଣାପଡିଥିଲା । ସେହିପରି ମୃତକଙ୍କ ମଧ୍ୟରୁ ଅନ୍ୟ ତିନିଜଣ ମହିଳା ବୋଲି ସୂଚନା ରହିଛି । ନିଆଁ ଲାଗିଥିବା ସ୍ଥାନରୁ ୧୦ଜଣରୁ ଅଧିକ ଲୋକଙ୍କୁ ଉଦ୍ଧାର କରାଯାଇଛି । ସେମାନଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସମସ୍ତେ ଗୁରୁତର ଥିବା ସୂଚନା ରହିଛି । ଆଗକୁ ମଧ୍ୟ ମୃତାହତ ସଂଖ୍ୟା ବଢିପାରେ ବୋଲି ଆଶଙ୍କା କରାଯାଉଛି । ଦମକଳ ଗାଡି ନିଆଁ  ଲିଭାରେ ନିୟୋଜିତ ରହିଛି ।

   Related Posts