କୃଷକଙ୍କ ଜମିରେ ଅଖିମୁଠି ଅନୁକୂଳ କଲେ କୃଷି ମନ୍ତ୍ରୀ ଅରୁଣ ସାହୁ

Published By : Prameya-News7 Bureau | April 26, 2020 IST

ନୟାଗଡ଼ ୨୬।୦୪: ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତି କରଣ, ମତ୍ସ୍ୟ ଓ ପ୍ରାଣୀ ସଂପଦ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଆଜି ନୟାଗଡ଼ ଦଳୀୟ କାର୍ଯ୍ୟାଳୟ ନିକଟସ୍ଥ ଜଣେ କୃଷକଙ୍କ ଜମିରେ ଅଖିମୁଠି ଅନୁକୂଳ କରିଛନ୍ତି । ପୂଜାପାଠ ପରେ ମନ୍ତ୍ରୀ ବିହନ ବୁଣିବା ସହ ହଳ ଲଙ୍ଗଳ ଧରି ଚାଷ କାର୍ଯ୍ୟ କରିଛନ୍ତି ।

{"id":260294,"sizeSlug":"large"}

ସୂଚନାନୁସାରେ, ବୈଶାଖ ମାସ ଶୁକ୍ଲ ପକ୍ଷ ତୃତୀୟା ତିଥିକୁ ଅକ୍ଷୟ ତୃତୀୟା ଭାବେ ପାଳନ କରାଯାଏ । ଏହିଦିନ କୃଷକମାନେ ସେମାନଙ୍କ ଜମିରେ ଅଖିମୂଠି ଅନୁକୂଳ କରି କୃଷି କାର୍ଯ୍ୟର ଶୁଭାରମ୍ଭ କରିଥାନ୍ତି । କରୋନା ମହାମାରୀ କାରଣରୁ ଏହାକୁ ସରକାରୀ ଭାବେ ପାଳନ ନକରି ଆଜି କୃଷି ମନ୍ତ୍ରୀ ବ୍ୟକ୍ତିଗତଭାବେ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଅଖିମୁଠି ଅନୁକୂଳ କରିଛନ୍ତି । ଅକ୍ଷୟ ତୃତୀୟା ହେଉଛି ଏକ କୃଷି ଭିତ୍ତ୍ଖଳ ପର୍ବ । ଚାଷୀପାଇଁ ଏହା ହେଉଛି ଏକ ଶୁଭର ଦିନ ଏହି ଦିନରେ ଓଡ଼ିଶାର ପୂରପଲ୍ଲୀର ଚାଷୀମାନେ ଚାଷ କାର୍ଯ୍ୟ ଆରମ୍ଭ କରିଥାନ୍ତି ।

{"id":260295,"sizeSlug":"large"}

ଅକ୍ଷୟ ତୃତୀୟା ଏପରି ଏକ ଦିବସ ଯେଉଁ ଦିବସରେ ବିନା ପାଞ୍ଜିରେ କାମ ଆରମ୍ଭ ହୁଏ । ଏହି ଦିବସରେ ଯେଉଁ କାର୍ଯ୍ୟ ଆରମ୍ଭ କରାଯାଏ, ଏହା ଅତ୍ୟନ୍ତ ଶୁଭ ହୋଇଥାଏ ବୋଲି କୃଷି ମନ୍ତ୍ରୀ ରାଜ୍ୟର କୃଷକଙ୍କ ଉଦ୍ଦେଶ୍ୟରେ କହିଛନ୍ତି । ଏବର୍ଷର ପାଣିପାଗ, ଚାଷ ଅନୁକୂଳ ପାଇଁ ଭଲ ରହିଛି । କରୋନା ମୁକାବିଲା କରିବା ପାଇଁ ରାଜ୍ୟ ସରକାର କରାଯାଇଥିବା ଲକ୍‌ଡାଉନ୍‌କୁ କୃଷି କାର୍ଯ୍ୟ ନିମନ୍ତେ କୋହଳ କରିଛନ୍ତି । କୃଷକମାନେ ବିନା ଦ୍ୱିଧାରେ ସାମାଜିକ ଦୂରତା ରକ୍ଷା କରି କୃଷି କାର୍ଯ୍ୟରେ ନିୟୋଜିତ ରହିବା ପାଇଁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.